ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ-ସାତପଡ଼ା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା

0

ବ୍ରହ୍ମଗିରି: ପୁରୀ-ସାତପଡ଼ା ରାସ୍ତାର ହଳଦିଆ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଚାଳକ ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି।  ଏକ କାର୍ ଗଛରେ ପିଟି ହେବା ଫଳରେ ଏଭଳି ଅଘଟଣ ଘଟିଛି। ଗତକାଲି ରାତି ପ୍ରାୟ ସାଢ଼େ ତିନିଟା ବେଳେ ଘଟିଛି ଏହି ଦୁର୍ଘଟଣା। କାର୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା। ଏଥିରେ ଡ୍ରାଇଭର ଓ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଡ୍ରାଇଭର ବାବୁ ଖାଁ ଓ ଧୀରେନ ପଲେଇ। ଧୀରେନଙ୍କ ଘର ବ୍ରହ୍ମଗିରି ଥାନା ସହଦେବପୁର ଗାଁରେ ଦୁର୍ଘଟଣା ସଂପର୍କରେ ଖବର ପାଇ ଦମକଳ ବାହିନୀ ସେଠାରେ ପହଞ୍ଚିଥିଲେ। ସେମାନେ କାର୍‌ର ସମ୍ମୁଖ ଭାଗକୁ କାଟି ଡ୍ରାଇଭରଙ୍କୁ ତା’ ଭିତରୁ ବାହାର କରିଥିଲେ। ଉଭୟଙ୍କୁ ଉଦ୍ଧାର କରି ପୁରୀ ଡାକ୍ତରଖାନା ପଠାଯାଇଥିଲା। ତେବେ ସେଠାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା।

Leave A Reply

Your email address will not be published.