ବ୍ରହ୍ମଗିରି: ପୁରୀ-ସାତପଡ଼ା ରାସ୍ତାର ହଳଦିଆ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଚାଳକ ସମେତ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏକ କାର୍ ଗଛରେ ପିଟି ହେବା ଫଳରେ ଏଭଳି ଅଘଟଣ ଘଟିଛି। ଗତକାଲି ରାତି ପ୍ରାୟ ସାଢ଼େ ତିନିଟା ବେଳେ ଘଟିଛି ଏହି ଦୁର୍ଘଟଣା। କାର୍ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା। ଏଥିରେ ଡ୍ରାଇଭର ଓ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଡ୍ରାଇଭର ବାବୁ ଖାଁ ଓ ଧୀରେନ ପଲେଇ। ଧୀରେନଙ୍କ ଘର ବ୍ରହ୍ମଗିରି ଥାନା ସହଦେବପୁର ଗାଁରେ ଦୁର୍ଘଟଣା ସଂପର୍କରେ ଖବର ପାଇ ଦମକଳ ବାହିନୀ ସେଠାରେ ପହଞ୍ଚିଥିଲେ। ସେମାନେ କାର୍ର ସମ୍ମୁଖ ଭାଗକୁ କାଟି ଡ୍ରାଇଭରଙ୍କୁ ତା’ ଭିତରୁ ବାହାର କରିଥିଲେ। ଉଭୟଙ୍କୁ ଉଦ୍ଧାର କରି ପୁରୀ ଡାକ୍ତରଖାନା ପଠାଯାଇଥିଲା। ତେବେ ସେଠାରେ ସେମାନଙ୍କୁ ମୃତ ଘୋଷଣା କରାଯାଇଥିଲା।
ପ୍ରମୁଖ ଖବର
ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ