ପ୍ରମୁଖ ଖବର

ଭାରତୀୟ ଷ୍ଟକବଜାରରେ ଉତ୍ସାହ ଫେରିଲା, ସେନସେକ୍ସ ୬୦୦ ପଏଣ୍ଟ ବୃଦ୍ଧି
ହୀରାକୁଦ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ବୁଡ଼ି ୧୦ରୁ ଅଧିକ ନିଖୋଜ
ଲଖନପୁର ଡଙ୍ଗାବୁଡି ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ଆତ୍ମୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି
ଭୋଟିଂ ସମୟରେ ବସ୍ତରରେ ବିସ୍ଫୋରଣ, ମଣିପୁରରେ ଗୁଳିମାଡ, ସିଆରପିଏଫ୍ ଯବାନ ଆହତ
ଜ୍ୟରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ଘଟିଛି,ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ଵରର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି
ଗାନ୍ଧୀନଗର ଲୋକସଭା ଆସନରୁ ମନୋନୟନ ପତ୍ର ଦାଖଲ କଲେ ଅମିତ ଶାହା
ଗେଷ୍ଟହାଉସରୁ ମିଳିଲା ଶିଳ୍ପପତିଙ୍କ ଶବ, କର୍ପୋରେଟ୍‌ ମିଟିଂ ପାଇଁ ଭୁବନେଶ୍ବର ଆସିଥିଲେ
ମୃତକ ହେଲେ ତପନ ପ୍ରସାଦ ଆଚାର୍ଯ୍ୟ, ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିବା ଜଣାପଡିଛି

କଲଭର୍ଟରେ ପିଟିହେଲା ବୋଲେରୋ,୨ ମୃତ ୫ ଗୁରୁତର

0

ମୟୁରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଆନନ୍ଦପୁର ରାସ୍ତାର ତରାମରା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କଲଭର୍ଟରେ ଏକ ବୋଲେରୋ ପିଟି ହେବା ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ଦୁଇ ମୃତକ ହେଲେ କ୍ଷେତ୍ରବାସୀ ମହାରଣା ଓ କୁଳମଣି ଦାସ।

ସୂଚନାନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଶୁକୃଳିରୁ ବରଯାତ୍ରୀଙ୍କୁ ନେଇ ଗୋଡଭଙ୍ଗାକୁ ଫେରୁଥିବା ସମୟରେ ଠାକୁରମୁଣ୍ଡା ଓ ଆନନ୍ଦପୁର ରାସ୍ତା ତରାମରା ନିକଟରେ ଏକ ବରଯାତ୍ରୀ ଗାଡି ଭାରସାମ୍ୟ ହରାଇ ଏକ କଲଭର୍ଟରେ ପିଟି ହୋଇଯାଇଛି। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି। ଏଥିରେ ବରର ସମ୍ପର୍କୀୟ ଭାଇ କ୍ଷେତ୍ରବାସୀ ମହାରଣା ଏବଂ କୁଳମଣି ଦାସଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଁଚି ମୃତାହତଙ୍କୁ ଉଦ୍ଧାର କରିଛି। ସମସ୍ତ ଗୁରୁତରଙ୍କୁ ଠାକୁରମୁଣ୍ଡା ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଠାକୁରମୁଣ୍ଡା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.