ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ବାଣପୁର କୋର୍ଟରେ ହାଜର ହେଲେ ପ୍ରଶାନ୍ତ ଜଗଦ୍ଦେବ

0

ବାଣପୁର: ବାଣପୁର କୋର୍ଟରେ ଆଜି ଆତ୍ମସମର୍ପଣ କରିଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ତାଙ୍କ ମଧ୍ୟବର୍ତ୍ତିକାଳୀନ ଜାମିନ ଅବଧି ସରିଯାଇଥିବାରୁ କୋର୍ଟ ତାଙ୍କୁ ବିଚାରବିଭାଗ ହାଜତକୁ ପଠାଇ ଦେଇଛନ୍ତି। ଏହା ପୂର୍ବରୁ ତାଙ୍କ ପୁନଃ ଜାମିନ ଆବେଦନକୁ କୋର୍ଟ ଖାରଜ କରିଦେଇଥିଲେ।

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଉଚ୍ଚ ନ୍ୟାୟାଳୟ ନିୟମିତ ଜାମିନକୁ ଖାରଜ କରିଦେଇଛନ୍ତି। ୨୩ ତାରିଖରେ ଚିଲିକା ବିଧାୟକ ବାଣପୁର ତଳ କୋର୍ଟରେ ଆତ୍ମସମର୍ପଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବିଚାରପତିଙ୍କ ନିକଟ ଉପସ୍ଥିତ ହେବା ପରେ ରାୟ ଶୁଣାଣି ହେବ। ସେଠାରୁ ଚିଲିକା ବିଧାୟକଙ୍କୁ ୧୪ ଦିନିଆ ବିଚାରବିଭାଗୀ ହାଜରକୁ ଯିବେ ବୋଲି ସୂଚନା ମିଳିଛି।

ସୂଚନା ଥାଉକି, ବାଣପୁର ବ୍ଲକ ସମ୍ମୁଖରେ ଗତ ମାର୍ଚ୍ଚ ୧୨ ତାରିଖରେ ଅଭାବନୀୟ ଘଟଣା ଘଟିଥିଲା । ୨୦ ଜଣରୁ ଅଧିକ ଲୋକଙ୍କ ଉପରେ ଗାଡି ଚଢାଇ ଦେଇଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଏଥିରୁ ବାଦ୍‌ ପଡିନଥିଲେ ଥାନାଅଧିକାରୀ କି ସାଧାରଣଲୋକ । ପରିସ୍ଥିତି ଏପରି ହେଲା କି ସାଧାରଣ ଲୋକଙ୍କ ଆକ୍ରୋଶର ଶିକାର ହେଲେ ବାହୁବଳୀ ବିଧାୟକ । ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ ନିର୍ଘାତିଆ ଛେଚିଲେ, ଦାମୀ କାର୍‌କୁ ଭାଙ୍ଗିରୁଜି ଚୁର୍‌ମାର କରିଦେଲେ । ଗୁରୁତର ଅବସ୍ଥାରେ ବିଧାୟକଙ୍କୁ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବାରୁ ପ୍ରଶାନ୍ତଙ୍କୁ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଆଇଜି ନରସିଂହ ଭୋଳ ବାଣପୁର ଯାଇ ଘଟଣାର ଅନୁଧ୍ୟାନ କରିଥିଲେ।

Leave A Reply

Your email address will not be published.