ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଶରତ ପଟ୍ଟନାୟକ ନୂଆ ପିସିସି ସଭାପତି ନିଯୁକ୍ତ

0

ଭୁବନେଶ୍ବର: ରାଜ୍ୟ ପ୍ରଦେଶ କଂଗ୍ରେସ ସଭାପତିକୁ ନେଇ  ଦୀର୍ଘ ଦିନ ଧରି ଲାଗି ରହିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ନୂଆ ପିସିସି ସଭାପତି  ଭାବେ ଶରତ ପଟ୍ଟନାୟକ ନିଯୁକ୍ତ ହୋଇଛନ୍ତି। ଶରତ ପଟ୍ଟନାୟକଙ୍କ ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି। l ଦ୍ବିତୀୟ ଥର ପାଇଁ ପିସିସି ସଭାପତି ହୋଇଛନ୍ତି  ଶରତ ପଟ୍ଟନାୟକ। ଗତ ଦୁଇମାସ ଧରି ପିସିସି ସଭାପତି ପଦକୁ ନେଇ ଛକାପଞ୍ଝା ଲାଗି ରହିଥିଲା । ଶରତ ପଟ୍ଟନାୟକ ନିଜେ ପିସିସି ସଭାପତି ଦୌଡ଼ରେ ନଥିବା କଥା ଗଣମାଧ୍ୟମକୁ ବୟାନ ଦେଇଥିଲେ ମଧ୍ୟ ତାଙ୍କୁ ଦଳ ପିସିସି ସଭାପତି କରିପାରେ ବୋଲି ଜୋରଦାର ଚର୍ଚ୍ଚା ହେଉଥିଲା । ଏପରିକି କଂଗ୍ରେସର ଗୋଟିଏ ପ୍ରଭାବଶାଳୀ ଗୋଷ୍ଠୀ ମଧ୍ୟ ତାଙ୍କର ପିସିସି ସଭାପତିିତ୍ୱକୁ ତୀବ୍ର ବିରୋଧ କରୁଥିଲେ । ଜଣେ ବିଧାୟକଙ୍କୁ ପିସିସି ସଭାପତି ଦାୟିତ୍ୱ ଦେବାକୁ ଚାପ ପଡ଼ିଥିଲା। ମାତ୍ର ଓଡ଼ିଶା ପିସିସି ପ୍ରଭାରୀ ଏ. ଚେଲାକୁମାରଙ୍କ ସୁପାରିଶ ଓ ଦଳର ଅନ୍ୟ ପ୍ରମୁଖ ନେତାମାନଙ୍କ ସହ ବିଚାରବିମର୍ଶ କରି ଶ୍ରୀ ପଟ୍ଟନାୟକଙ୍କୁ ପିସିସି ସଭାପତି ଭାବେ ନିଯୁକ୍ତି ଦିଆଯାଇଛି।

ସୂଚନାଯୋଗ୍ୟ ଯେ  ପିସିସି ସଭାପତି ଚୟନ ପାଇଁ କିଛି ଦିନ ତଳେ ରାଜ୍ୟ କଂଗ୍ରେସର ବରିଷ୍ଠ ନେତାମାନଙ୍କୁ ଏଆଇସିସିରୁ ଡାକରା  ପାଇ  ଦିଲ୍ଳୀ ଯାଇଥିଲେ। ସେଠାରେ ରାହୁଲ ଗାନ୍ଧୀଙ୍କ ସହ ଆଲୋଚନା କରିଥିଲେ।   ଏଥିରେ କଂଗ୍ରେସର ବରିଷ୍ଠ ନେତା ଶରତ ପଟ୍ଟନାୟକ, ଜୟଦେବ ଜେନା, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ବିଧାୟକ ସୁରେଶ କୁମାର ରାଉତରାୟ, ତାରା ବାହିନୀପତି, ସନ୍ତୋଷ ସିଂ ସାଲୁଜା, ଅଧିରାଜ ପାଣିଗ୍ରାହୀ , ମହମ୍ମଦ ମୋକିମ, ରମେଶ ଜେନା, ଦାଶରଥୀ ଗମାଙ୍ଗୋ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଦିଲ୍ଲୀ ଯାଇଥିଲେ। ସେଠାରେ ରାହୁଲ ଗାନ୍ଧୀଙ୍କ ସହ ଓ୍ବାନ ଟୁ ଓ୍ବାନ  ସାକ୍ଷାତ କରିଥିଲେ।

ଶରତ ପଟ୍ଟନାୟକ ପିସିସି ସଭାପତି ନିଯୁକ୍ତ ହେବା ପରେ ସମସ୍ତଙ୍କୁ ନେଇ କାମ କରିବେ ବୋଲି କହିଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ ସାଙ୍ଗରେ ନେଇ ଆଗାମୀ ଦିନରେ ନିର୍ବାଚନ ଲଢ଼ିବୁ। ସଂଗଠନକୁ ସୁଦୃଢ଼ କରିବା ପାଇଁ ମିଳିତ ଭାବେ କାମ କରିବାକୁ ହେବ। ବ୍ରଜରାଜନଗର ଉପନିର୍ବାଚନ ପରେ ୨୦୨୪ ପାଇଁ ପ୍ରସ୍ତୁତି ହେବ। ନୂଆ ନିଯୁକ୍ତି ପାଇଁ ସୋନିଆ ଓ ରାହୁଲ ଗାନ୍ଧିଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି।

Leave A Reply

Your email address will not be published.