ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଆଜି ବସୁଛି ରଥଯାତ୍ରା ସମନ୍ବୟ କମିଟି ବୈଠକ

0

ପୁରୀ: ଆସନ୍ତା ଜୁଲାଇ ୧ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଏହା ପୂର୍ବରୁ ଆଜି ବସୁଛି ରଥଯାତ୍ରା ସମନ୍ୱୟ କମିଟି ବୈଠକ । କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ସ୍ୱାସ୍ଥ୍ୟ ବିଭାଗ, ପୌର ସଂସ୍ଥା ଓ ଜନସ୍ୱାସ୍ଥ୍ୟ ବିଭାଗ ଆଦିକୁ ଆକ୍ସନ ରିପୋର୍ଟ ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦିଆଯିବ ।

ଏହା ସହ ବୈଠକରେ ରଥକାଠ, କନା ଓ ଦଉଡି ଯୋଗାଣ, ରଥ ନିର୍ମାଣ, ସ୍ୱାସ୍ଥ୍ୟ, ପରିମଳ ଓ ଗମନାଗମନ ଆଦି ପ୍ରସଙ୍ଗରେ ଆଲୋଚନା ହେବ । କରୋନା ସଂକ୍ରମଣ କମିଥିବାରୁ ଏଥର ଭକ୍ତଙ୍କ ଗହଣରେ ସ୍ନାନଯାତ୍ରା ହେବା ନେଇ ସୂଚନା ମିଳିଛି । ସ୍ନାନ ମଣ୍ଡପ ତଳେ ଛିଡ଼ା ହୋଇ ଭକ୍ତମାନେ କିଛି ସମୟ ପାଇଁ ମହାପ୍ରଭୁଙ୍କ ଦର୍ଶନ କରିବେ । ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କୁ ହାତୀ ବେଶରେ ଭକ୍ତ ଦର୍ଶନ କରିବେ ।

Leave A Reply

Your email address will not be published.