ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ରାଜ୍ୟସଭା ଆସନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

0

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ। ଖାଲି ପଡ଼ିଥିବା ୩ଟି ଆସନ ପାଇଁ ବିଧାନସଭାର ରିଟର୍ଣ୍ଣିଂ ଅଫିସ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୩୧ ହେଉଛି ନାମାଙ୍କନ ଦାଖଲର ଶେଷଦିନ ।

ସୂଚନାଯୋଗ୍ୟ, ନିର୍ବାଚନ କମିସନ୍ ଗତ ଗୁରୁବାର ଦିନ ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ। ଜୁନ୍ ୧୦ ତାରିଖରେ ଓଡ଼ିଶା ସମେତ ୧୫ ରାଜ୍ୟରେ ୫୭ ରାଜ୍ୟସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ। ଆସନ୍ତା ୨୪ରେ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ୩୧ ହେବ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ବୋଲି ସୂଚନା ଦିଆଯାଇଥିଲା।

ଓଡ଼ିଶାରୁ ୩ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ବିଜେଡିର ଏନ୍ ଭାସ୍କର ରାଓ, ସସ୍ମିତ ପାତ୍ର ଓ ପ୍ରସନ୍ନ ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ଜୁଲାଇ ୧ ତାରିଖରେ ଶେଷ ହେଉଛି। ଏହି ତିନିଟି ଆସନ ପାଇଁ ନିର୍ବାଚନ ହେବ। ସଂଖ୍ୟା ଦୃଷ୍ଟିକୋଣରୁ ବିଜେଡିର ତିନି ଜଣ ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବାରେ କୌଣସି ସମସ୍ୟା ନାହିଁ। ବର୍ତ୍ତମାନ ରାଜ୍ୟସଭାରେ ବିଜେଡିର ୮ ଜଣ ସଭ୍ୟ ଥିଲା ବେଳେ ବିଜେପିର ଜଣେ ସଭ୍ୟ ଅଛନ୍ତି। ସୁବାସ ସିଂହ ଇସ୍ତଫା ଦେଲା ପରେ ଗୋଟିଏ ଆସନ ଖାଲି ପଡ଼ିଛି। ଏହି ଖାଲି ଆସନରେ ନିର୍ବାଚନ ପାଇଁ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ଜାରି ହେବ।

Leave A Reply

Your email address will not be published.