ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଜେଲରେ ସିଦ୍ଧୁଙ୍କୁ ମିଳିଲା କିରାଣି ଚାକିରି

0

ଚଣ୍ଡିଗଡ: କ୍ରିକେଟର୍‌ରୁ କଂଗ୍ରେସ ନେତା ଆଉ ଏବେ କିରାଣି ପାଲଟିଲେ ନବଜୋତ ସିଂହ ସିଦ୍ଧୁ। ୩୪ ବର୍ଷ ତଳର ଏକ ମାମଲାକୁ ନେଇ ବର୍ତ୍ତମାନ କଂଗ୍ରେସ ନେତା ସିଦ୍ଧୁ ପଟିଆଲା ଜେଲ୍‌ରେ ସଜା କାଟୁଛନ୍ତି। ଜେଲ୍‌ରେ ରହି ଏବେ ସିଦ୍ଧୁ କିରାଣି କାମ କରିବେ। ଜେଲ ଅଫିସର କାଗଜପତ୍ର ଦେଖିବେ ସିଦ୍ଧୁ।

ଏଥିପାଇଁ ସିଦ୍ଧୁଙ୍କୁ ୩ ମାସ ତାଲିମ ଦିଆଯିବ। ଅଦାଲତର ଦୀର୍ଘ ରାୟଗୁଡ଼ିକୁ କେମିତି ସଂକ୍ଷିପ୍ତ କରିବାକୁ ପଡ଼ିବ ଏବଂ ଜେଲ୍‌ ରେକର୍ଡଗୁଡ଼ିକୁ କିଭଳି ସଜାଡ଼ି ରଖାଯିବ ସେ ବିଷୟରେ ସିଦ୍ଧୁଙ୍କୁ ଶିକ୍ଷା ଦିଆଯିବ। ଜେଲ୍‌ ‘ମାନୁଆଲ୍‌’ ଅନୁସାରେ, ପ୍ରଥମ ୯୦ ଦିନ ପାଇଁ ସିଦ୍ଧୁଙ୍କୁ କୌଣସି ପ୍ରାପ୍ୟ ମିଳିବ ନାହିଁ। ତାଲିମ ଶେଷ ହେଲେ, ସେ ଦୈନିକ ୪୦ ଟଙ୍କାରୁ ୫୦ ଟଙ୍କା ପାରିଶ୍ରମିକ ପାଇବେ। ତାଙ୍କର ଦକ୍ଷତାକୁ ଆଧାର କରି ମୂଲ୍ୟାୟନ ହେବାକୁ ଥିବା ଏହି ପାରିଶ୍ରମି ତାଙ୍କ ବ୍ୟାଙ୍କ୍‌ ଆକାଉଣ୍ଟ୍‌ରେ ଜମା କରାଯିବ।

ଜେଲ୍‌ ଅଧିକାରୀମାନଙ୍କ କହିବା ଅନୁସାରେ, ନିରାପତ୍ତା କାରଣରୁ ସିଦ୍ଧୁ କେବଳ ନିଜ ଜେଲ୍‌ କୋଠରିରେ ଥାଇ ଦୁଇଟି ସିଫ୍ଟ୍‌ରେ କାମ କରିବେ। ପ୍ରଥମ ସିଫ୍ଟ୍‌ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ଏବଂ ଦ୍ବିତୀୟ ସିଫ୍ଟ୍‌ ଅପରାହ୍ଣ ୩ଟାରୁ ସନ୍ଧ୍ୟା ୫ଟା।

ସୂଚନାଯୋଗ୍ୟ, ମଙ୍ଗଳବାର ଦିନ ମେଡିକାଲ୍‌ ବୋର୍ଡ ସିଦ୍ଧୁଙ୍କ ‘ଡାଏଟ୍‌ ପ୍ଲାନ୍‌’କୁ ଅନୁମୋଦନ କରିଛନ୍ତି। ତାଙ୍କୁ ଅଳ୍ପ ତେଲଯୁକ୍ତ ଅଧିକ ତନ୍ତୁଜାତୀୟ ଖାଦ୍ୟ ଖାଇବାକୁ ପରାମର୍ଶ ଦିଆଯାଇଛି। ଜେଲ୍‌ରେ ସକାଳେ ତାଙ୍କୁ ‘ରୋଜ୍‌ମେରି’ ଚା ଏବଂ ଶୋଇବାକୁ ଯିବା ବେଳେ ‘କ୍ୟାମୋମାଇଲ୍‌’ ଚା ଦିଆଯିବ।

Leave A Reply

Your email address will not be published.