ପ୍ରମୁଖ ଖବର

ଆଡ଼ପ ମଣ୍ଡପକୁ ବିଜେ କଲେ ଦାରୁବ୍ରହ୍ମ, ଆସନ୍ତାକାଲିଠାରୁ ମିଳିବ ଆଡ଼ପ ଅବଢ଼ା
ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ
ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ
ଭାରତର ପ୍ରଥମ ଘରୋଇ କକ୍ଷପଥ ରକେଟ ‘ବିକ୍ରମ-୧’ର ସଫଳ ଉତକ୍ଷେପଣ
ଅହମ୍ମଦାବାଦର ବାଣ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ ଓ ୧୫ରୁ ଅଧିକ ଆହତ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

0

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଧାନସଭା ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ଜୁନ୍ ୨ ତାରିଖ ଯାଏଁ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ଦାଖଲ କରିପାରିବେ। ଆବଶ୍ୟକସ୍ଥଳେ ଜୁନ୍ ୧୩ ତାରିଖରେ ଭୋଟିଂ ହେବ।

ଉଲ୍ଲେଖଯୋଗ୍ୟ, ରାଜ୍ୟସଭା ସାଂସଦ ସୁବାସ ସିଂ ଇସ୍ତଫା ଦେବାପରେ ଖାଲି ପଡ଼ିଥିବା ରାଜ୍ୟସଭା ପଦ ପାଇଁ ଆସନ୍ତା ଜୁନ୍ ୧୩ତାରିଖରେ ଏହି ଉପନିର୍ବାଚନ ହେବ। ଆଗରୁ ନିର୍ବାଚନ କମିସନ ଏହାର ଘୋଷଣା କରିଥିଲେ। ସୁବାସ ସିଂ କଟକ ମେୟର ହେବା ପରେ ସେ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ। ଏହି କାରଣରୁ ଗୋଟିଏ ଆସନ ଖାଲି ପଡ଼ିଛି।

ଶ୍ରୀ ସିଂ ୨୦୨୦ ମାର୍ଚରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ୨ବର୍ଷ ରାଜ୍ୟସଭା ସଦସ୍ୟଭାବେ କାର୍ଯ୍ୟ କରିଥିବା ବେଳେ ଗତ ମାର୍ଚ ୨୭ତାରିଖରେ କଟକର ମେୟର ଭାବେ ନିର୍ବାଚିତ ହୋଇଥିଲେ। ପରେ ଏପ୍ରିଲ ୨୧ତାରିଖରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ରାଜ୍ୟସଭା ଉପନିର୍ବାଚନ ବିଜ୍ଞପ୍ତି ଅନୁଯାୟୀ ଜୁନ୍ ୨ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ। ଜୁନ୍ ୩ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ୬ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନିଜର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିପାରିବେ। ୧୩ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ। ଅପରାହ୍ଣ ୫ଟାରେ ଭୋଟଗଣିତ ହେବ। ଜୁନ୍ ୧୭ତାରିଖ ପୂର୍ବରୁ ସମସ୍ତ ପ୍ରକାର ଉପନିର୍ବାଚନ ପ୍ରକ୍ରିୟା ଶେଷ ହେବ। ଏଥିରେ ଯିଏ ନିର୍ବାଚିତ ହେବେ ସେ ୨୦୨୬ ଏପ୍ରିଲ ମାସ ପର୍ଯ୍ୟନ୍ତ ରାଜ୍ୟସଭା ସଦସ୍ୟ ରହିବେ।

Leave A Reply

Your email address will not be published.