ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ହାଇକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ପାରିବାରିକ ବିବାଦ

0

କଟକ: ହାଇକୋର୍ଟର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ସୋସିଆଲ ମିଡିଆରେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଭିଡିଓ ପୋଷ୍ଟ କରି ବିଭିନ୍ନ କଥା କହୁଥିବାରୁ ତାଙ୍କର ସମ୍ମାନହାନୀ ହେଉଥିବା ଅଭିଯୋଗ କରି ସେ ହାଇକୋର୍ଟ ଯାଇଛନ୍ତି । ଅନୁଭବ ତାଙ୍କର ବ୍ୟକ୍ତିଗତ ଜୀବନ ନେଇ ସାମାଜିକ ଗଣମାଧ୍ୟମରେ ବିଭିନ୍ନ କଥା କହୁଛନ୍ତି । ଅନୁଭବ ଭିଡିଓ ମାଧ୍ୟମରେ ନିଜର ମତ ରଖୁଛନ୍ତି, ଯାହାକି ତାଙ୍କ ଜୀବନ ସହ ଜଡ଼ିତ।

ପରିବାର ଅଦାଲତରେ ମାମଲା ବିଚାରାଧୀନ ଥିବା ବେଳେ ଏହି ପ୍ରସଙ୍ଗରେ ଚର୍ଚ୍ଚା କରିବା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ । କୌଣସି ସତ୍ୟତା ନଥିବା ଓ ଭିତିହୀନ କଥା ସବୁ ତାଙ୍କ ବିରୋଧରେ କୁହାଯାଉଛି । ସୋସିଆଲ ମିଡିଆରେ ଏହି ସବୁ ପୋଷ୍ଟ ଉପରେ ଅଙ୍କୁଶ ଜାରି କରାଯିବା ଆବଶ୍ୟକ ବୋଲି ବର୍ଷା ଆବେଦନରେ ଦର୍ଶାଇଛନ୍ତି । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ, ଅନୁଭବ ମହାନ୍ତି, ରାଜ୍ୟ ସରକାରଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଛି । ଆଜି ଅବକାଶକାଳୀନ ଖଣ୍ଡପୀଠରେ ମାମଲାର ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଛି ।

Leave A Reply

Your email address will not be published.