ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ନନ୍ଦନକାନନଠାରେ ତିନିମହଲା ବିଶିଷ୍ଟ ଗାଡ଼ି ପାର୍କିଂସ୍ଥଳ ନିର୍ମାଣ

0

ଭୁବନେଶ୍ୱର: ଦିନକୁ ଦିନ ବଢୁଥିବା ଟ୍ରାଫିକ୍‌ ସମସ୍ୟା ଦୂର କରିବା ଉଦ୍ଦେଶ୍ୟରେ ନନ୍ଦନକାନନଠାରେ ଏକ ତିନିମହଲା ବିଶିଷ୍ଟ ଗାଡ଼ି ପାର୍କିଂସ୍ଥଳ ନିର୍ମାଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୫୪୨.୭୯ଲକ୍ଷ ଟଙ୍କାରେ ନିର୍ମିତ ଏହି ବହୁତଳ କାର ପାର୍କିଂ ସୁବିଧାର ଉଦ୍‌ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ ଏହି କେଶରୀ ଆରୁଖ,   ଉପସ୍ଥିତ  ଥିଲେ । ନନ୍ଦନକାନନକୁ କ୍ରମେ କ୍ରମେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି । ଟ୍ରାଫିକ୍‌ ସମସ୍ୟା ଓ ସ୍ଥାନାଭାବକୁ ଦୃଷ୍ଟିରେ ରଖି ଏହି ତିନିମହଲା ବିଶିଷ୍ଟ ଗାଡ଼ି ପାର୍କିଂସ୍ଥଳ ନିର୍ମାଣ କରାଯାଇଛି । ପ୍ରତ୍ୟେକ ମହଲା ୫୬୦୦ବର୍ଗମିଟରର ଏବଂ ଏହି ପାର୍କିଂରେ ସମୁଦାୟ ୫୮୩ଟି ଚାରିଚକିଆ ଯାନ ରହିପାରିବ ।

ପାର୍କିଂ ନିକଟରେ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଟିକଟ ଘର, ପାନୀୟ ଜଳ ସୁବିଧା, ଶୌଚାଳୟ, ଡ୍ରାଇଭର ପ୍ରତୀକ୍ଷା ଗୃହ, ଅଗ୍ନିନିର୍ବାପକ ସୁବିଧା, ସିସିଟିଭି ସହିତ ସୌନ୍ଦର୍ଯ୍ୟକରଣ ପାଇଁ ବଗିଚା ଓ ପୁଷ୍କରିଣୀ ଆଦି କରାଯାଇଛି । ତଳେ ୨୦୦୦ ଦୁଇଚକିଆ ଯାନ ରହିବା ଭଳି ମଧ୍ୟ ସୁବିଧା କରାଯାଇଛି । ଏହାଦ୍ୱାରା ନନ୍ଦନକାନନ ମୁଖ୍ୟ ରାସ୍ତାରେ ଯାନବାହନ ଭିଡ଼ କମିବା ସହ ଟ୍ରାଫିକ୍‌ ସମସ୍ୟାର ସମାଧାନ ହୋଇପାରିବ । ନନ୍ଦନକାନନକୁ ବିଶ୍ୱସ୍ତରୀୟ ଚିଡ଼ିଆଖାନାରେ ପରିଣତ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି ଏବଂ ଏଥି ପାଇଁ ଏକ ୨୦ ବର୍ଷିଆ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି ।

ଆଗାମୀ ଦିନରେ ନନ୍ଦନକାନନରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବ ଏବଂ ନନ୍ଦନକାନନ ଅଧିକ ଆକର୍ଷଣୀୟ ହେବା ସହ ଅତ୍ୟାଧୁନିକ ପର୍ଯ୍ୟଟନ କ୍ଷେତ୍ର ରୂପେ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରିବ ସେ ଦିଗରେ ପଦକ୍ଷେପ ନିଆଯାଇଛି । ଏହି ଅବସରରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ଉତ୍ତରର ବିଧାୟକ ସୁଶାନ୍ତ କୁମାର ରାଉତ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା, ପ୍ରମୁଖ ମୁଖ୍ୟ ବନସଂରକ୍ଷକ ତଥା ବନବାହିନୀ ମୁଖ୍ୟ ଶିଶିର କୁମାର ରଥ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.