ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

0

ଭୁବନେଶ୍ଵର: ୪ ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ପୁଣି ରାଜ୍ୟସଭାକୁ ଯିବେ ସସ୍ମିତ ପାତ୍ର। ସେହିପରି ଶ୍ରୀମତି ସୁଲତା ଦେଓ, ମାନସ ମଙ୍ଗରାଜ ଓ ନିରଞ୍ଜନ ବିଶି ବିଜେଡିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହି ୪ଜଣଙ୍କୁ ବିଜେଡି ପକ୍ଷରୁ ଆଗାମୀ ରାଜ୍ୟସଭା ନିର୍ବାଚନ ଲାଗି ପ୍ରାର୍ଥୀ କରାଯାଇଛି । ବର୍ତ୍ତମାନ ଓଡ଼ିଶା କୋଟାରୁ ୪ଟି ଆସନ ଖାଲି ରହିଛି ।

ପ୍ରକାଶ ଥାଉକି, ବର୍ତ୍ତମାନ ଓଡ଼ିଶା କୋଟାରୁ ରାଜ୍ୟସଭାରେ ୪ଟି ଆସନ ଖାଲି ରହିଛି । ପ୍ରସନ୍ନ ଆଚାର୍ଯ୍ୟ, ଦକ୍ଷିଣ ଓଡ଼ିଶାର ପ୍ରମୁଖ ଚେହେରା ଏନ୍. ଭାସ୍କର ରାଓ, ବିଜେଡି ମୁଖପାତ୍ର ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିଥିବାବେଳେ କଟକ ମେୟର ଭାବେ ନିର୍ବାଚିତ ହେବା ପରେ ସୁବାସ ସିଂ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହି ୪ଟି ଆସନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି।

୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ତାଲିକା ପ୍ରସ୍ତୁତ କରାଯାଇଥିବା କୁହାଯାଇଛି । ତାଲିକାରେ ସସ୍ମିତ ପାତ୍ର, ସୁଲତା ଦେଓ, ମାନସ ମଙ୍ଗରାଜ ଓ ନିରଞ୍ଜନ ବିଶିଙ୍କୁ ଚୟନ କରାଯାଇଛି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସସ୍ମିତ ପାତ୍ରଙ୍କୁ ଦ୍ୱିତୀୟ ଥର ପାଇଁ ରାଜ୍ୟସଭା ପଠାଯାଉଛି । ରାଜନୈତିକ ସମୀକରଣକୁ ଲକ୍ଷ କରି ୪ ଚେହେରାକୁ ସାମ୍ନାକୁ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪ ଚେହେରା ଭିତରେ ସୁଲତା ଦେଓଙ୍କୁ ସାମ୍ନାକୁ ଆଣି ମହିଳା କାର୍ଡ ଖେଳିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.