ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

0

ଭୁବନେଶ୍ଵର: ୪ ରାଜ୍ୟସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ପୁଣି ରାଜ୍ୟସଭାକୁ ଯିବେ ସସ୍ମିତ ପାତ୍ର। ସେହିପରି ଶ୍ରୀମତି ସୁଲତା ଦେଓ, ମାନସ ମଙ୍ଗରାଜ ଓ ନିରଞ୍ଜନ ବିଶି ବିଜେଡିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହି ୪ଜଣଙ୍କୁ ବିଜେଡି ପକ୍ଷରୁ ଆଗାମୀ ରାଜ୍ୟସଭା ନିର୍ବାଚନ ଲାଗି ପ୍ରାର୍ଥୀ କରାଯାଇଛି । ବର୍ତ୍ତମାନ ଓଡ଼ିଶା କୋଟାରୁ ୪ଟି ଆସନ ଖାଲି ରହିଛି ।

ପ୍ରକାଶ ଥାଉକି, ବର୍ତ୍ତମାନ ଓଡ଼ିଶା କୋଟାରୁ ରାଜ୍ୟସଭାରେ ୪ଟି ଆସନ ଖାଲି ରହିଛି । ପ୍ରସନ୍ନ ଆଚାର୍ଯ୍ୟ, ଦକ୍ଷିଣ ଓଡ଼ିଶାର ପ୍ରମୁଖ ଚେହେରା ଏନ୍. ଭାସ୍କର ରାଓ, ବିଜେଡି ମୁଖପାତ୍ର ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରିଥିବାବେଳେ କଟକ ମେୟର ଭାବେ ନିର୍ବାଚିତ ହେବା ପରେ ସୁବାସ ସିଂ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହି ୪ଟି ଆସନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି।

୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ତାଲିକା ପ୍ରସ୍ତୁତ କରାଯାଇଥିବା କୁହାଯାଇଛି । ତାଲିକାରେ ସସ୍ମିତ ପାତ୍ର, ସୁଲତା ଦେଓ, ମାନସ ମଙ୍ଗରାଜ ଓ ନିରଞ୍ଜନ ବିଶିଙ୍କୁ ଚୟନ କରାଯାଇଛି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସସ୍ମିତ ପାତ୍ରଙ୍କୁ ଦ୍ୱିତୀୟ ଥର ପାଇଁ ରାଜ୍ୟସଭା ପଠାଯାଉଛି । ରାଜନୈତିକ ସମୀକରଣକୁ ଲକ୍ଷ କରି ୪ ଚେହେରାକୁ ସାମ୍ନାକୁ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪ ଚେହେରା ଭିତରେ ସୁଲତା ଦେଓଙ୍କୁ ସାମ୍ନାକୁ ଆଣି ମହିଳା କାର୍ଡ ଖେଳିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.