ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ୪ ବିଜେଡି ପ୍ରାର୍ଥୀ

0

ଭୁବନେଶ୍ୱର: ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡିର ୪ ପ୍ରାର୍ଥୀ। ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ୪ ପ୍ରାର୍ଥୀ ଆସି ନାମାଙ୍କନ ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ କରିଥିବା ୪ ପ୍ରାର୍ଥୀ ହେଲେ ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ନିରଞ୍ଜନ ବିଶି।
ଏହି ପ୍ରାର୍ଥୀମାନେ ଦଳର ବରିଷ୍ଠ ବିଧାୟକଙ୍କ ଉପସ୍ଥିତିରେ ବିଧାନସଭା ସଚିବାଳୟ ପରିସରରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାେଖଲ ସମୟରେ ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ କେତେକ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଥିବାରୁ ନାମାଙ୍କପତ୍ର ଦାଖଲ ବେଳେ ଉପସ୍ଥିତ ରହିପାରିନ ଥିଲେ।

ତେବେ ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି। ନାମାଙ୍କନ ଦାଖଲ ପୂର୍ବରୁ ପ୍ରତିକ୍ରିୟା ରଖି ମାନସ ମଙ୍ଗରାଜ କହିଥିଲେ ଯେ, ରାଜ୍ୟର ସ୍ବାର୍ଥ ସଂପର୍କିତ ପ୍ରସଙ୍ଗ ଶାଣିତ ଭାବେ ଉପସ୍ଥାପନ କରାଯିବ। ସେହିପରି ସସ୍ମିତ ପାତ୍ର କହିଥିଲେ ଯେ, ଆବାସ ଯୋଜନାରେ ଘର, ଶିକ୍ଷା ବ୍ୟବସ୍ଥା, ଗ୍ରାମୀଣ ବିକାଶ ଓ କେନ୍ଦ୍ର-ରାଜ୍ୟ ସମନ୍ୱୟ ପ୍ରସଙ୍ଗକୁ ଗୁରୁତ୍ୱ ଦିଆଯିବ।

ସୂଚନାଯୋଗ୍ୟ ଯେ ଜୁନ୍ ୧୦ରେ ରାଜ୍ୟର ତିନିଟି ରାଜ୍ୟସଭା ସଭ୍ୟ ପଦବି ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ବିରୋଧୀ ଦଳ କୌଣସି ପ୍ରାର୍ଥୀ ଦେଉନଥିବାରୁ ଶାସକ ଦଳର ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ଜିତିବେ। ସେହିପରି ଜୁନ୍ ୧୩ରେ ଗୋଟିଏ ରାଜ୍ୟସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲର ଶେଷ ଦିନ ଜୁନ୍ ୨ତାରିଖ ଥିବା ବେଳେ ଏହି ପଦବି ପାଇଁ ବିରୋଧୀ ବି ପ୍ରାର୍ଥୀ ଦେବେନି। ତେଣୁ ଜୁନ୍ ୩ରେ ନାମାଙ୍କନପତ୍ର ଯାଞ୍ଚ ପରେ ବିଜୟୀ ପ୍ରାର୍ଥୀଙ୍କ ନାମ ଘୋଷଣା ହେବ।

Leave A Reply

Your email address will not be published.