ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ରାଜ୍ୟସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ୪ ବିଜେଡି ପ୍ରାର୍ଥୀ

0

ଭୁବନେଶ୍ୱର: ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିଜେଡିର ୪ ପ୍ରାର୍ଥୀ। ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ୪ ପ୍ରାର୍ଥୀ ଆସି ନାମାଙ୍କନ ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ କରିଥିବା ୪ ପ୍ରାର୍ଥୀ ହେଲେ ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ନିରଞ୍ଜନ ବିଶି।
ଏହି ପ୍ରାର୍ଥୀମାନେ ଦଳର ବରିଷ୍ଠ ବିଧାୟକଙ୍କ ଉପସ୍ଥିତିରେ ବିଧାନସଭା ସଚିବାଳୟ ପରିସରରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାେଖଲ ସମୟରେ ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ କେତେକ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଥିବାରୁ ନାମାଙ୍କପତ୍ର ଦାଖଲ ବେଳେ ଉପସ୍ଥିତ ରହିପାରିନ ଥିଲେ।

ତେବେ ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି। ନାମାଙ୍କନ ଦାଖଲ ପୂର୍ବରୁ ପ୍ରତିକ୍ରିୟା ରଖି ମାନସ ମଙ୍ଗରାଜ କହିଥିଲେ ଯେ, ରାଜ୍ୟର ସ୍ବାର୍ଥ ସଂପର୍କିତ ପ୍ରସଙ୍ଗ ଶାଣିତ ଭାବେ ଉପସ୍ଥାପନ କରାଯିବ। ସେହିପରି ସସ୍ମିତ ପାତ୍ର କହିଥିଲେ ଯେ, ଆବାସ ଯୋଜନାରେ ଘର, ଶିକ୍ଷା ବ୍ୟବସ୍ଥା, ଗ୍ରାମୀଣ ବିକାଶ ଓ କେନ୍ଦ୍ର-ରାଜ୍ୟ ସମନ୍ୱୟ ପ୍ରସଙ୍ଗକୁ ଗୁରୁତ୍ୱ ଦିଆଯିବ।

ସୂଚନାଯୋଗ୍ୟ ଯେ ଜୁନ୍ ୧୦ରେ ରାଜ୍ୟର ତିନିଟି ରାଜ୍ୟସଭା ସଭ୍ୟ ପଦବି ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ବିରୋଧୀ ଦଳ କୌଣସି ପ୍ରାର୍ଥୀ ଦେଉନଥିବାରୁ ଶାସକ ଦଳର ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ଜିତିବେ। ସେହିପରି ଜୁନ୍ ୧୩ରେ ଗୋଟିଏ ରାଜ୍ୟସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲର ଶେଷ ଦିନ ଜୁନ୍ ୨ତାରିଖ ଥିବା ବେଳେ ଏହି ପଦବି ପାଇଁ ବିରୋଧୀ ବି ପ୍ରାର୍ଥୀ ଦେବେନି। ତେଣୁ ଜୁନ୍ ୩ରେ ନାମାଙ୍କନପତ୍ର ଯାଞ୍ଚ ପରେ ବିଜୟୀ ପ୍ରାର୍ଥୀଙ୍କ ନାମ ଘୋଷଣା ହେବ।

Leave A Reply

Your email address will not be published.