ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଝଲସିବ ମା’ ଶାରଳା ମନ୍ଦିର: ଖର୍ଚ୍ଚ ହେବ ୪୨ କୋଟି

0

ଭୁବନେଶ୍ବର; ରାଜ୍ୟର ପ୍ରାଚୀନ ଶକ୍ତିପୀଠ ମା’ ତାରାତାରିଣୀ ଓ ମା’ କଟକ ଚଣ୍ଡୀଙ୍କ ପରେ ଝଙ୍କଡ଼ସ୍ଥିତ ଶାରଳା ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୪୨କୋଟି ଟଙ୍କା ଖର୍ଚ୍ଚ ହେବ ଓ ବର୍ଷକ ମଧ୍ୟରେ କାର୍ଯ୍ୟ ସାରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅଷ୍ଟମ ଶତାଦ୍ଦୀରେ ଭୌମକର ବଂଶର ରାଜା ମାନଙ୍କ ଦ୍ୱାରା ନିର୍ମିତ ଶାରଳା ମନ୍ଦିର ରାଜ୍ୟର ପୁରାତନ ଶକ୍ତି ଓ ମାତୃ ଉପାସନା ପୀଠ ।

ଓଡିଶା ଶକ୍ତି ପୂଜାର ପ୍ରାଚୀନ ପୀଠ। ଝଙ୍କଡ ପୀଠ ତନ୍ମଧ୍ୟରୁ ଅନ୍ୟତମ ପ୍ରସିଦ୍ଧ ମାତୃ ଉପାସନା ପୀଠ । ଝଙ୍କଡବାସିନୀ ମା ଶାରଳାଙ୍କ ଆଶୀର୍ବାଦରୁ ସାରଳା ଦାସ ସିଦ୍ଧି ଲାଭ କରିଥିଲେ, ଆଦିକବି ହୋଇଥିଲେ। ଅଷ୍ଟମ ଶତାଦ୍ଦୀରେ ରାଜା ମାନଙ୍କ ଦ୍ବାରା ନିର୍ମିତ ସାରଳା ମନ୍ଦିର ସବୁବେଳେ ଭକ୍ତମାନଙ୍କ ଆକର୍ଷଣର କେନ୍ଦ୍ର ହୋଇ ରହିଛି । ମାଙ୍କ ଆଶୀର୍ବାଦ ପାଇଁ ଏଠାରେ ସବୁବେଳେ ଭକ୍ତମାନଙ୍କ ଭିଡ ଲାଗି ରହିଥାଏ।

ତେବେ ଝଙ୍କଡ ପୀଠର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ନିକଟରେ ମା ଶାରଳାଙ୍କ ପୀଠ ପରିଦର୍ଶନ କରି, ସେବାୟତ, ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ମାଙ୍କ ପୀଠର ଉନ୍ନତିକରଣ ସଂପର୍କରେ ବିଶଦ ଆଲୋଚନା କରିଥିଲେ ଏବଂ ସବୁ ଦିଗକୁ ଦୃଷ୍ଟିରେ ରଖି ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ପୂର୍ତ୍ତ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଏଥିପାଇଁ ପ୍ରଥମ ପର୍ୟ୍ୟାୟରେ ୪୨ କୋଟି ଟଙ୍କା ଖର୍ଚ୍ଚ ହେବ. ବର୍ଷକ ମଧ୍ୟରେ କାମ ସଂପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ତେବେ ପ୍ରକଳ୍ପ କାମରେ ମନ୍ଦିର ପରିସରରେ ଥିବା ମନ୍ଦିର ମାନଙ୍କ ବିକାଶ ହେବ. ଏହା ସହିତ ପୁଷ୍କରିଣୀର ବିକାଶ, ପୂର୍ବ ପଶ୍ଚିମ ଉତ୍ତର ଓ ଦକ୍ଷିଣ ଦ୍ବାର ନିର୍ମାଣ ସହ ଐତିହ୍ୟ ପାଚେରୀ ନିର୍ମାଣ କରାଯିବ । ମନ୍ଦିରର ରୋଷଘର, ଆନନ୍ଦ ବଜ଼ାର,ଗୋଦାମ ଘର, ଚନ୍ଦନ ପୋଖରୀର ବିକାଶ ଓ ଚଲାପଥ, ମୁଣ୍ଡନ ମଣ୍ଡପ, ନୂତନ ଦୋଳବେଦୀ ଓ ମହାବୀର ମନ୍ଦିରର ପୁନର୍ବିନ୍ୟାସ କରାଯିବ। ଯାତ୍ରୀ ତଥା ସେବାୟତମାନଙ୍କ ସୁବିଧା ପାଇଁ ଭୋଗ, ଦୀପ ମଣ୍ଡପ, ଜୋତା ଷ୍ଟାଣ୍ଡ, ପୋଲିସ କଣ୍ଟ୍ରୋଲ ରୁମ୍‌, ମନ୍ଦିର କାର୍ଯ୍ୟାଳୟ ଆଦି ନିର୍ମାଣ କରାଯିବ। ଯାତ୍ରୀଙ୍କ ରହଣୀ ପାଇଁ ଥିବା ବ୍ୟବସ୍ଥାର ପୁନରୁଦ୍ଧାର କରାଯିବ। ଏତଦ ବ୍ୟତୀତ ବିଶ୍ରାମ କକ୍ଷ ଓ ଶୌଚାଳୟ ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପାଖରେ ବିଭିନ୍ନ ଦୋକାନ ଖୋଲିଥିବା ବ୍ୟବସାୟୀ ମାନଙ୍କୁ ଶୃଙ୍ଖଳିତ ଭାବରେ ଥଇଥାନ କରାଯିବ। ବର୍ତ୍ତମାନର ସପିଂ କମ୍ପ୍ଲେକସର ପୁନର୍ବିନ୍ୟାସ କରାଯାଇ ୭୨ ଜଣ ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ସେଠାରେ ଗାଡି ମଟର ପାର୍କିଂ ସହିତ ଶୌଚାଳୟର ସୁବିଧା ମଧ୍ୟ ରହିବ ।

Leave A Reply

Your email address will not be published.