ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ନାମାଙ୍କନ ପତ୍ର ଦାଖଲ କଲେ ଆରୁଖ

0

ଭୁବନେଶ୍ବର: ବିଧାନସଭାର ବାଚସ୍ପତି ଭାବେ ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆସନ୍ତା ୧୩ ତାରିଖ ଦିନ ବାଚସ୍ପତି ନିର୍ବାଚନ ବିଧିବଦ୍ଧ ଭାବେ ଅନୁଷ୍ଠିତ ହେବ। ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, ବିଧାୟକ ପ୍ରଣବ ପ୍ରକାଶ ଦାସ, ଭୂପିନ୍ଦର ସିଂହ, ରାଜେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ଅସୁସ୍ଥତା କାରଣରୁ ସୂର୍ଯ୍ୟ ନାରାୟଣ ପାତ୍ର ଇସ୍ତଫା ଦେବା ପରେ ଏହି ପଦବି ଖାଲି ପଡ଼ିଥିଲା। ଶ୍ରୀ ଆରୁଖ ମୌସୁମୀ ଅଧିବେଶନରେ ଅଧ୍ୟକ୍ଷତା କରିବେ। ଏହା ପୂର୍ବରୁ ସେ ଢେର୍ ଦିନ ଧରି ସରକାରୀ ଦଳ ମୁଖ୍ୟ ସଚେତକ, ସଂସଦୀୟ ବ୍ୟାପାର ବିଭାଗ ଭଳି ଗୁରୁ ଦାୟିତ୍ବ ନିର୍ବାହ କରି ଆସିଛନ୍ତି। ନାମାଙ୍କନ ପତ୍ର ଦାଖଲ ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଶ୍ରୀ ଆରୁଖ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହିତ ବିଧାନସଭାର ଗରିମା ରକ୍ଷା କରିବି ବୋଲି କହିଛନ୍ତି।

Leave A Reply

Your email address will not be published.