ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ଆସନ୍ତା ସପ୍ତାହରେ ଓଡିଶା ଆସିବ ମୈାସୁମୀ

0

ଭୁବନେଶ୍ବର: ଆଗାମୀ ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ। ଏନେଇ ଆଜି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଜୁନ୍ ମାସରେ ଭଲ ବର୍ଷା ହେବ ବୋଲି ଆକଳନ କରାଯାଉଛି।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାରେ ବିଳମ୍ବ ହୋଇଛି। ପୂର୍ବ ଆକଳନ ମୁତାବକ ଜୁନ୍ ୧୨ରେ ଓଡ଼ିଶା ଛୁଇଁବା ସମ୍ଭବ ହୋଇନାହିଁ । ଗତ ଦୁଇଦିନ ହେବ ଓଡ଼ିଶାରେ ଆକାଶରେ ବାଦଲ ଓ ପବନ ରହିଛି। ହେଲେ ମୌସୁମୀ ଆଗମନରେ ପରିବେଶ ଅନୁକୂଳ ହେଲାଣି। ଉତ୍ତର-ପଶ୍ଚିମ ପବନର ପ୍ରଭାବ ଅଧିକ ଯୋଗୁଁ ରାଜ୍ୟରେ ତାପମାତ୍ରା ବୃଦ୍ଧିପାଉଥିଲା। ଏହା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆଗକୁ ବଢ଼ିବାକୁ ଦେଉନଥିଲା। ତେଣୁ ମୌସୁମୀ କେବେ ଓଡ଼ିଶା ଛୁଇଁବ ତାହା ଆକଳନ କରାଯାଇପାରୁନଥିଲା।

ଗତ କିଛି ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ସିଝିବା ପରେ ଗତକାଲି ଉପକୂଳ ଓଡ଼ିଶାରେ ପାଗ ମୁଖ୍ୟତଃ ମେଘୁଆ ରହିଥିଲା । ତେଣୁ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବାରୁ ତାପମାତ୍ରା ଅପେକ୍ଷାକୃତ କମ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Leave A Reply

Your email address will not be published.