ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର

ଆଜିଠୁ ଖୋଲିଲା ସ୍କୁଲ

0

ଭୁବନେଶ୍ୱର: ଆଜି ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ। ଖରାଛୁଟି ଯୋଗୁଁ ରାଜ୍ୟର ସମସ୍ତ ସ୍କୁଲ, ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ବନ୍ଦ ଥିଲା । ଛୁଟି ଅବଧି ଜୁନ୍‌ ୧୬ ଯାଏଁ ଥିବାବେଳେ ଆଜିଠୁ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲୁଛି । ଏଥର କିନ୍ତୁ ସକାଳ ସ୍କୁଲ ବଦଳରେ ୧୦ଟାରୁ ପାଠପଢ଼ା ଆରମ୍ଭ ହେବ। ସକାଳ ୧୦ଟାରୁ ପୂର୍ବ ଭଳି କ୍ଲାସ୍ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠ ପଢ଼ାହେବ।

ଶିକ୍ଷକ ଶିକ୍ଷୟିତ୍ରୀ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚିବେ ଓ ଅପରାହ୍ନ ସାଢ଼େ ୪ଟା ଯାଏ କ୍ୟାମ୍ପସରେ ରହିବେ। ସ୍ୱାଭାବିକ କ୍ଲାସ୍ ଚାଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଛି। ଏକାଡେମିକ୍ କ୍ୟାଲେଣ୍ଡର ପ୍ରସ୍ତୁତ ସହ ଚଳିତ ଶିକ୍ଷାବର୍ଷ ୨୦୨୩ ମାର୍ଚ୍ଚ ସୁଦ୍ଧା ସାରିବା ନେଇ ଯୋଜନା ପ୍ରସ୍ତୁତ ହୋଇଛି।

ଆଜି ପ୍ରଥମ ଦିନରେ ପ୍ରଧାନ ଶିକ୍ଷକମାନେ ସମସ୍ତ ଶିକ୍ଷକଙ୍କ ସହ ବୈଠକ କରି ଟାଇମ୍ ଟେବୁଲ, ଲେସନ୍ ଚାର୍ଟ ଆଦି ପ୍ରସ୍ତୁତ କରିବେ। ପିଲାଙ୍କ ପଢା ଓ ପରୀକ୍ଷା ଶେଷ ହୋଇନଥିବାରୁ ଠିକ୍ ସମୟରେ ପିଲାଙ୍କ ପାଠ ପଢା ସାରି ପରୀକ୍ଷା କରିବା ପାଇଁ ବିଭାଗ ପଦକ୍ଷେପ ନେଇଛି।

Leave A Reply

Your email address will not be published.