ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ପୁଣି ବଢ଼ିଲା କରୋନା ସଂକ୍ରମଣ

0

ଭୁବନେଶ୍ଵର : ରାଜ୍ୟରେ ଉପର ତଳ ହେବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୫୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

୧୧ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୬ ଜଣ, ବାଲେଶ୍ବରରୁ ୪ ଜଣ, କଟକରୁ ୩ ଜଣ, ଜଗତସିଂହପୁର, ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ ଏବଂ ବୌଦ୍ଧ, ଗଞ୍ଜାମ, ଝାରସୁଗୁଡ଼ା,ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂଷ୍ଟେଟ ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୪୩୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୪୮୫୬୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.