ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଆଜିଠୁ ଇଟାଲି ଗସ୍ତରେ ନବୀନ

0

ଭୁବନେଶ୍ବର: ଆଜିଠୁ ଇଟାଲି ଅଭିମୁଖେ ବାହାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଇଟାଲୀ ଅଭିମୁଖେ ଗସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେଉଛି ନବୀନଙ୍କ ଦ୍ୱିତୀୟ ବିଦେଶ ଗସ୍ତ । ଇଟାଲୀରେ ପହଞ୍ଚିବା ପରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ।

ଓ୍ୱାର୍ଲଡ ଫୁଡ୍ ପ୍ରୋଗ୍ରାମ, ଡବ୍ଲୁ ଏଫପି ପକ୍ଷରୁ ରୋମ୍‌ରେ ଆୟୋଜିତ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା । ସେଠାରେ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାରେ ହୋଇଥିବା ରୂପାନ୍ତୀକରଣ ଉପରେ ବାର୍ତ୍ତା ଦେବେ ନବୀନ। ଖାଦ୍ୟ ପାଇଁ ଦିନେ ଅନ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା, ଏବେ କିଭଳି ଖାଦ୍ୟ ବଳକା ରାଜ୍ୟ ହୋଇପାରିଛି ସେ ବିଷୟରେ ଅବଗତ କରାଇବେ।

ଓ୍ୱାର୍ଲଡ ଫୁଡ୍ ପ୍ରୋଗ୍ରାମର ଏକଜିକ୍ୟୁଟିଭ୍  ଡିରେକ୍ଟର ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରକଳ୍ପ ନେଇ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ତା’ଛଡ଼ା ୧୯୯୯ ମହାବାତ୍ୟା ପରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଏକ ମଡେଲ୍ ଷ୍ଟେଟ୍ ହେବା ଉପରେ ବି ନବୀନ ଆଲୋକପାତ କରିବେ  । ରୋମ୍ ଗସ୍ତ ସମୟରେ ନବୀନ ଭାଟିକାନ୍ ସିଟରେ ପୋପ୍ ଫ୍ରାନସିସ୍‌ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ଆସନ୍ତା ୨୬ ତାରିଖ ୩ଟା ୨୫ରେ ରୋମ୍ ଛାଡି ସେଠାରୁ ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ। ସେଠାରେ ପୁଞ୍ଜିନିବେଶକାରୀ ସମ୍ମିଳନୀରେ ଯୋଗଦେଇ ନିବେଶକଙ୍କ ସହ ଆଲୋଚନା କରିବେ । ନିବେଶକାରୀମାନେ କିପରି ଓଡ଼ିଶାରେ ଅଧିକ ପୁଞ୍ଜିନିବେଶ କରିବେ ସେନେଇ ବୈଠକରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.