ନୂଆଦିଲ୍ଲୀ: ଦ୍ରୌପଦୀ ମୁର୍ମୁ ହେଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ। ଆସନ୍ତା ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଜେପି ଦଳ ପକ୍ଷରୁ ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରାଯାଇଛି। ତାଙ୍କର ସିଧାସଳଖ ଲଢ଼େଇ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ସହ ହେବ। ଏନେଇ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ପ୍ରେସମିଟ୍ କରି ସୂଚନା ଦେଇଛନ୍ତି । ଯଦି ମୁର୍ମୁ ଜିତନ୍ତି, ତା’ହେଲେ ପ୍ରଥମ ଓଡ଼ିଆ ଭାବେ ସେ ରାଷ୍ଟ୍ରପତି ହେବେ। ସେହିପରି ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବେ। ଦ୍ରୌପଦୀ ମୁର୍ମୁଙ୍କ ଘର ଓଡିଶାର ମୟୂରଭଞ୍ଜ ଜିଲ୍ଲାରେ । ସେ ଦୁଇଥର ବିଧାୟକ ଓ ବିଜେପି-ବିଜେଡି ମିଳିତ ସରକାରରେ ମନ୍ତ୍ରୀ ମଧ୍ୟ ରହିଥିଲେ । ଏହାପରେ ଦୀର୍ଘ ବର୍ଷ ଧରି ସେ ଝାଡଖଣ୍ଡର ରାଜ୍ୟପାଳ ରହିଥିଲେ । ତେଣୁ ଜଣେ ଆଦିବାସୀ ନେତ୍ରୀ ଭାବେ ଏନଡିଏ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିଛି ।
ପ୍ରମୁଖ ଖବର
ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ