ପ୍ରମୁଖ ଖବର

ଦିଗପହଣ୍ଡିରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ: ସାକା ସୁଜିତ ହେଲେ ନୂଆ ପ୍ରାର୍ଥୀ
ପ୍ରଥମ ନିର୍ବାଚନୀ ପ୍ରଚାରରେ ଓଡିଶା ଆସିବେ ଗୃହମନ୍ତ୍ରୀ ଅମିତ୍ ଶାହା, ସୋନପୁରରେ ପ୍ରଥମ ନିର୍ବାଚନୀ ସଭା କରି ଓଡିଶାବାସୀଙ୍କୁ ଭୋଟ ମାଗିବେ

ଚଳଚ୍ଚିତ୍ର ଅଭିନେତା ରାଇମୋହନଙ୍କ ଦେହାନ୍ତ

0

ଭୁବନେଶ୍ବର; ଓଡିଆ ଚଳଚ୍ଚିତ୍ର ଅଭିନେତା ରାଇମୋହନଙ୍କ ଦେହାନ୍ତ । ରାଇମୋହନ ପରିଡା ଆତ୍ମହତ୍ୟା କରିଥିବା ସୂଚନା । ପାରିବାରିକ କଳହରୁ ଭୁବନେଶ୍ୱର ପ୍ରାଚୀ ବିହାର ସ୍ଥିତ ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ସାଇଣ୍ଟିଫିକ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛି । କେଉଁ ପରିସ୍ଥିତିରେ ଓ କାହିଁକି ଆତ୍ମହତ୍ୟା କଲେ ସେ ନେଇ ତନାଘନା କରୁଛି ଟିମ୍ ।ତାଙ୍କର ଆତ୍ମହତ୍ୟା ଖବର ମିଳିବା ପରେ ଓଲିଉଡ ଜଗତ ଶୋକ ସାଗରରେ ବୁଡ଼ି ଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୯ ବୟସ ହୋଇଥିଲା। ତାଙ୍କର ମୃତ୍ୟୁ ପରେ ସିନେମା ଜଗତ ପାଇଁ ଅପୂରଣୀୟ କ୍ଷତି ହୋଇଛି।

୧୯୬୩ ଜୁଲାଇ ୧୦ରେ ଜନ୍ମଗ୍ରହଣ କରିଥିଲେ ରାଇମୋହନ ପରିଡା । ରାଇମୋହନ ଥିଲେ କେନ୍ଦୁଝର ନିବାସୀ । ସେ ଭୁବନେଶ୍ୱରେ ଆସି ରହୁଥିଲେ । ତାଙ୍କର ଦୁଇ ଝିଅ ଅଛନ୍ତି । ରାଇମୋହନଙ୍କର ମୃତ୍ୟୁ ଖବର ପ୍ରଘଟ ହେବା ପରେ ତାଙ୍କ ବାସଭବନରେ ଲୋକଙ୍କ ଭିଡ଼ ଜମିଛି।

ଉଭୟ ଯାତ୍ରା ଓ ସିନେମାରେ ରାଇମୋହନ ଜଣେ ଚର୍ଚ୍ଚିତ ଖଳନାୟକ ରୂପରେ ଦର୍ଶକଙ୍କ ହୃଦୟକୁ ଛୁଇଁ ପାରିଥିଲେ। ୯୦ରୁ ଅଧିକ ଓଡ଼ିଆ ସିନେମା ଓ ୧୫ରୁ ଅଧିକ ବଙ୍ଗଳା ସିନେମାରେ ସେ ଅଭିନୟ କରିଛନ୍ତି। ସିଂହ ବାହିନୀ, ସୁନା ଭାଉଜ ଓ ମେଣ୍ଟାଲ ଚଳଚ୍ଚିତ୍ର ତାଙ୍କ ଅଭିନୟ କ୍ୟାରିଅରର ମାଇଲ୍‌ ଖୁଣ୍ଟ ଥିଲା। ୧୯୯୧ ମସିହାରେ ବସ୍ତ୍ର ହରଣ, ୧୯୯୨ ନାଗ ପଞ୍ଚମୀ, ୧୯୯୫ ମସିହାରେ ରଣଭୂମି, ମଣି ନାଗେଶ୍ବରୀ, ୧୯୬୪ ମସିହାରେ ରଖିଲେ ଲକ୍ଷେ ଶିବ ପୂଜି ପାଇଛି ପୁଅ, ୧୯୯୯ ମସିହାରେ ସରପଞ୍ଚ ବାବୁ, ୨୦୦୪ ମସିହାରେ କଣ୍ଢେଇ ଆଖିରେ ଲୁହ, ୨୦୦୩ ରେ ଯେ ପାଞ୍ଚେ ପର ମନ୍ଦ, ୨୦୦୨ ରେ ସେହି ଝିଅଟି, ପୁଅ ମୋର ଜଗତ ଜିତା, ଚକା ଆଖିସବୁ ଦେଖୁଛି, ୨୦୦୭ ମସିହାରେ କାଳିଆ ଶଙ୍କର ଆଦି ସିନେମାରେ ସେ ନିଖୁଣ ଅଭିନୟ କରିଛନ୍ତି।

Leave A Reply

Your email address will not be published.