ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ରାକ୍ଷୀର ମାନ ରଖିଲେ ନବୀନ

0

ଭୁବନେଶ୍ୱରର: ବିଧାନସଭା ସମ୍ମିଳନୀ କକ୍ଷରେ ବିଜେଡି ବିଧାୟକ ଓ ସାଂସଦଙ୍କ ସହ ଆଲୋଚନା କଲା ବେଳେ ଭାବବିହ୍ୱଳ ହୋଇପଡ଼ିଥିଲେ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଇ ବୋଲି ସମ୍ବୋଧନ କରିବା ସହ ରାକ୍ଷୀର ପାଉଣା ମାଗିବା ପୂର୍ବରୁ ସେ ଦେଇଦେଲେ ବୋଲି କହିଥିଲେ। ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏହି ସୂଚନା ଦେଇଛନ୍ତି।

ନାମାଙ୍କନ ଭରିବା ପରେ ସମର୍ଥନ ଲୋଡିବା ପାଇଁ ପ୍ରଥମ ଥର ପାଇଁ ଓଡିଶାକୁ ଆସିଥିବା ଦ୍ରୌପଦୀଙ୍କୁ ସ୍ୱାଗତ କରିଛନ୍ତି ନବୀନଙ୍କ ସମେତ ଦଳର ବିଧାୟକ, ସାଂସଦ ଓ ନେତା । ତାପରେ ଦ୍ରୌପଦୀ ବିଜେଡି ନେତାମାନଙ୍କ ସହ ବିଧାନସଭାର ୫୪ନମ୍ବର ପ୍ରକୋଷ୍ଠରେ ବସି ଆଲୋଚନା କରିଛନ୍ତି । ଆଲୋଚନା ଆରମ୍ଭରୁ ଭାବବିହ୍ୱଳ ହୋଇପଡିଥିଲେ ଦ୍ରୌପଦୀ ମୁର୍ମୁ । ନବୀନଙ୍କୁ ଭାଇ ବୋଲି ସମ୍ବୋଧନ କରିଛନ୍ତି । ଆଉ କହିଛନ୍ତି, ରାଖି ବାନ୍ଧିଥିଲି । ରାଖିର ପାଉଣା ମାଗିବା ପୂର୍ବରୁ ଭାଇ ଉପହାର ଦେଇଦେଲେ । ପ୍ରାର୍ଥୀ ଘୋଷଣାବେଳେ ବିଦେଶରୁ ଥାଇ ମୋ ସହ ଫୋନରେ କଥା ହୋଇଥିଲେ । ମନ୍ତ୍ରୀ ଥିଲି ବହୁ କାମ କରିଛି । ରାଷ୍ଟ୍ରପତି ହେଲେ ଓଡିଶା ସୁନ୍ଦର ଭାବେ ବଢ଼ିବ । ଦ୍ରୌପଦୀଙ୍କ ସମ୍ବୋଧନ ପରେ ତାଙ୍କୁ ଭୋଟ ଦେବାକୁ ସମସ୍ତ ନେତାଙ୍କୁ ଅପିଲ କରିଛନ୍ତିି ମୁଖ୍ୟମନ୍ତ୍ରୀ ।

ଦ୍ରୌପଦୀଙ୍କ ନାଁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଏନଡିଏ ଘୋଷଣା କରିବା ପରେ ତାଙ୍କୁ ପୂର୍ଣ୍ଣ ସମର୍ଥନ ଦେବାକୁ ଘୋଷଣା କରିଛି ବିଜେଡି । କେବଳ ଏତିକି ନୁହେଁ ତାଙ୍କ ପାଇଁ ଭୋଟ ଯୋଗାଡ କରିବାକୁ କଂଗ୍ରେସ, ସିପିଏମ ଓ ସ୍ୱାଧୀନ ବିଧାୟକଙ୍କୁ ମଧ୍ୟ ବୁଝାଇବାକୁ ଉଦ୍ୟମ କରିଛି ବିଜୁ ଜନତା ଦଳ । ନିଜେ ନବୀନ ପଟ୍ଟନାୟକ ଫୋନ କରିବା ସହ ଦ୍ରୌପଦୀଙ୍କ ସମର୍ଥନ ଯୋଗାଡ କରିବାକୁ ଦଳୀୟ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି ।

ଆଜି ଦିନ ୧୧ଟା ବେଳେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ପାରମ୍ପରିକ ନାଚଗୀତରେ ସ୍ୱାଗତ  ସମ୍ବର୍ଦ୍ଧନା କରାଯାଇଥିଲା। ଶ୍ରୀମତୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇବା ନିମନ୍ତେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବହୁ ସ୍ୱେଚ୍ଛାସେବୀ ସଙ୍ଗଠନର କର୍ମୀ, ବିଜେଡି ମନ୍ତ୍ରୀ ଅଶୋକ ପଣ୍ଡା, ଟୁକିନି ସାହୁ, , ବିଧାୟକ ଦେବୀ ମିଶ୍ର, ରାଜ୍ୟ ସଭା ସାଂସଦ ସସ୍ମିତ ପାତ୍ର,  ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତି, ବରିଷ୍ଠ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତରାୟ, ବିଜେପି ଓ ବିଜେଡିର ବହୁ ତୁଙ୍ଗ ନେତା ଉପସ୍ଥିତ ଥିଲେ। ସେଠାରୁ ଶ୍ରୀମତୀ ମୁର୍ମୁଙ୍କୁ ରାଜ୍ୟ ଅତିଥି ଭବନକୁ ପାଛୋଟି ନିଆଯାଇଥିଲା। ସେଠାରେ ଦ୍ରୌପଦୀ ମୁର୍ମୁ  ବିଶ୍ରାମ କରିବା ପରେ ବିଧାନସଭାର ନୂତନ ସମ୍ମିଳନୀ କକ୍ଷକୁ ଯାଇଥିଲେ। ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେଡିର ସାଂସଦ ଓ ବିଧାୟକ ତାଙ୍କୁ ସ୍ୱାଗତ ଜଣାଇଥିଲେ।

Leave A Reply

Your email address will not be published.