ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଏକାଦଶୀରେ ରଥ ଉପରେ ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ

0

ପୁରୀ: ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ବାହୁଡା ଏକାଦଶୀରେ ରଥଉପରେ ମହାପ୍ରଭୁ ସୁନାବେଶ ହୋଇଛନ୍ତି । ଜନ୍ମବେଦୀରୁ ଫେରିବା ପରେ ସିଂହଦ୍ୱାରରେ ଏହି ବେଶ ଅନୁଷ୍ଠିତ ହୋଇଛି । ବର୍ଷରେ ୫ ଥର ମହାପ୍ରଭୁଙ୍କ ସୁନାବେଶର ପରମ୍ପରା ରହିଥିବା ବେଳେ ରଥ ଉପରେ ଥରେ ଏହି ବେଶ ହୋଇଥାଏ । ଆଶାଢ ଶୁକ୍ଳ ଏକାଦଶୀରେ ସିଂହଦ୍ୱାରରେ ରଖାଯାଇଥିବା ତିନି ରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । ଶ୍ରୀଜିଉଙ୍କ ମଧ୍ୟାହ୍ନ ଧୂପ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ ।

ସୂଚନା‌ଯୋଗ୍ୟ  ବାହୁଡାଯାତ୍ରା ପରଦିନ ଅର୍ଥାତ ଏକାଦଶୀ ତିଥିରେ ରଥଉପରେ ମହାପ୍ରଭୁ ସୁନାବେଶ ହୋଇଥାନ୍ତି। ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।

ରଥ ଉପରେ ସୁନାବେଶ ବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହୋଇଥାଏ । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ରତ୍ନଭଣ୍ଡାରରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୁଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାନ୍ତି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୁଷଣ ଲାଗି କରିଥାନ୍ତି ।

Leave A Reply

Your email address will not be published.