ପ୍ରମୁଖ ଖବର

ଡିପିଡିପି ଆଇନକୁ ଚ୍ୟାଲେଞ୍ଜ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାତ୍ୟା ‘ଅର୍ଣ୍ଣବ’ ପାଇଁ ୨ ଦିନ ଘୁଞ୍ଚିଲା ଓସିଏସ୍‌ ମୁଖ୍ୟ ପରୀକ୍ଷା
ଗୌହାଟୀ ହୋଟେଲରେ ଗୁଳିକାଣ୍ଡ, ୫ ମୃତ; ଜଣେ ଗିରଫ
‘ଗରିବଙ୍କୁ ମତଦାନ ଅଧିକାରରୁ ବଞ୍ଚିତ କରାଯାଉଛି’, ନିର୍ବାଚନ ଆୟୋଗକୁ ଘେରିଲେ ରାହୁଲ ଗାନ୍ଧୀ
କଂଗ୍ରେସର ଭାଷା ଓ ଆଚରଣ ରାଜନୈତିକ ପତନର ସଙ୍କେତ: ଶିବରାଜ
ଟୋଲ୍‌ ପ୍ଲାଜା ପାଖରେ ରହୁଥିଲେ ବର୍ଷକୁ ମାତ୍ର ୧,୫୦୦ ଟଙ୍କାରେ ପାସ୍‌!

ଏକାଦଶୀରେ ରଥ ଉପରେ ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ

0

ପୁରୀ: ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ବାହୁଡା ଏକାଦଶୀରେ ରଥଉପରେ ମହାପ୍ରଭୁ ସୁନାବେଶ ହୋଇଛନ୍ତି । ଜନ୍ମବେଦୀରୁ ଫେରିବା ପରେ ସିଂହଦ୍ୱାରରେ ଏହି ବେଶ ଅନୁଷ୍ଠିତ ହୋଇଛି । ବର୍ଷରେ ୫ ଥର ମହାପ୍ରଭୁଙ୍କ ସୁନାବେଶର ପରମ୍ପରା ରହିଥିବା ବେଳେ ରଥ ଉପରେ ଥରେ ଏହି ବେଶ ହୋଇଥାଏ । ଆଶାଢ ଶୁକ୍ଳ ଏକାଦଶୀରେ ସିଂହଦ୍ୱାରରେ ରଖାଯାଇଥିବା ତିନି ରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । ଶ୍ରୀଜିଉଙ୍କ ମଧ୍ୟାହ୍ନ ଧୂପ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ ।

ସୂଚନା‌ଯୋଗ୍ୟ  ବାହୁଡାଯାତ୍ରା ପରଦିନ ଅର୍ଥାତ ଏକାଦଶୀ ତିଥିରେ ରଥଉପରେ ମହାପ୍ରଭୁ ସୁନାବେଶ ହୋଇଥାନ୍ତି। ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।

ରଥ ଉପରେ ସୁନାବେଶ ବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହୋଇଥାଏ । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ରତ୍ନଭଣ୍ଡାରରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୁଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାନ୍ତି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୁଷଣ ଲାଗି କରିଥାନ୍ତି ।

Leave A Reply

Your email address will not be published.