ପ୍ରମୁଖ ଖବର

ପ୍ରଚାର ବେଳେ ପୁରୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଲାଗିଛି ଆଘାତ
୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ: ଜଳେଶ୍ୱର ସହ ବରୀ, ଆଠମଲ୍ଲିକ, ଆଠଗଡ଼ ଓ ପୁରୀରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ: ରାଜଭବନରେ କରିବେ ରାତ୍ରିଯାପନ, କାଲି ବ୍ରହ୍ମପୁରରେ ଦେବେ ଉଦ୍‌ବୋଧନ, ନବରଙ୍ଗପୁରରେ ବିଜୟ ସଂକଳ୍ପ ସମାବେଶରେ ହେବେ ସାମିଲ

କରୋନା ସଂକ୍ରମଣ ବଢ଼ାଇଲା ଚିନ୍ତା

0

ଭୁବନେଶ୍ବର: ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ୪ ଦିନ ହେବ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୫ଶହ ଉପରେ ରହୁଛି । ଲୋକେ ଯେତେ କରୋନାକୁ ନିୟମକୁ ଅଣଦେଖା କରୁଛନ୍ତି, ଭୂତାଣୁ ସେତେ ମାତ୍ରାରେ ମାଡ଼ିଚାଲିଛି । ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ୪ ଜିଲ୍ଲା ରେଡ୍‌ ଜୋନ୍‌କୁ ଫେରିଛନ୍ତି ।

ଅନ୍ୟପଟେ ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଶହ ଉପରେ ରହିଛି । ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୫୦୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ସଙ୍ଗରୋଧରୁ ୨୯୯ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୨୧୦ । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୫୨ ଆକ୍ରାନ୍ତ ଅଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୪୫୮୫ ଜଣ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୨୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୦୦ ଜଣ, କଟକରୁ ୧୧୦ ଜଣ, ସୁନ୍ଦରଗଡ଼ରୁ ୪୯ ଜଣ, ପୁରୀରୁ ୧୪ ଜଣ, ଯାଜପୁରରୁ ୧୦ ଜଣ, ଜଗତସିଂହପୁର ଓ ନୟାଗଡ଼ ଜିଲ୍ଲାରୁ ୯ ଜଣ ଲେଖାଁଏ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୮ ଜଣ ଲେଖାଁଏ, ଭଦ୍ରକରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, ବାଲେଶ୍ବରରୁ ୫ ଜଣ, ଗଜପତି ଓ ନୂଆପଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, ବୌଦ୍ଧ, କନ୍ଧମାଳ ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ଢ଼େଙ୍କାନାଳ, ମାଲକାନଗିରି, ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୪୧ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୪୫୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୩୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୧୮୬୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୨୫୭୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।   

Leave A Reply

Your email address will not be published.