ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

କରୋନା ସଂକ୍ରମଣ ବଢ଼ାଇଲା ଚିନ୍ତା

0

ଭୁବନେଶ୍ବର: ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ୪ ଦିନ ହେବ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୫ଶହ ଉପରେ ରହୁଛି । ଲୋକେ ଯେତେ କରୋନାକୁ ନିୟମକୁ ଅଣଦେଖା କରୁଛନ୍ତି, ଭୂତାଣୁ ସେତେ ମାତ୍ରାରେ ମାଡ଼ିଚାଲିଛି । ଖୋର୍ଦ୍ଧା, କଟକ, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ୪ ଜିଲ୍ଲା ରେଡ୍‌ ଜୋନ୍‌କୁ ଫେରିଛନ୍ତି ।

ଅନ୍ୟପଟେ ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଶହ ଉପରେ ରହିଛି । ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୫୦୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ସଙ୍ଗରୋଧରୁ ୨୯୯ ଓ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୨୧୦ । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୫୨ ଆକ୍ରାନ୍ତ ଅଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୪୫୮୫ ଜଣ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୨୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୦୦ ଜଣ, କଟକରୁ ୧୧୦ ଜଣ, ସୁନ୍ଦରଗଡ଼ରୁ ୪୯ ଜଣ, ପୁରୀରୁ ୧୪ ଜଣ, ଯାଜପୁରରୁ ୧୦ ଜଣ, ଜଗତସିଂହପୁର ଓ ନୟାଗଡ଼ ଜିଲ୍ଲାରୁ ୯ ଜଣ ଲେଖାଁଏ, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୮ ଜଣ ଲେଖାଁଏ, ଭଦ୍ରକରୁ ୭ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, ବାଲେଶ୍ବରରୁ ୫ ଜଣ, ଗଜପତି ଓ ନୂଆପଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, ବୌଦ୍ଧ, କନ୍ଧମାଳ ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ଢ଼େଙ୍କାନାଳ, ମାଲକାନଗିରି, ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୪୧ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୪୫୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୩୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୧୮୬୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୨୫୭୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।   

Leave A Reply

Your email address will not be published.