ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ

0

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଲଗାତାର କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବାବେଳେ ଆଜି ୭୦୦ ଉପରକୁ ଟପିଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୭ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୫୩୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ; ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୮ ଜଣ, କଟକରୁ ୧୧୫ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୩, କୋରାପୁଟ ଜିଲ୍ଲାରୁ ୧୦ ଜଣ, ମୟୂରଭଞ୍ଜରୁ ୧୬ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୩୬ ଜଣ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୬୫ ଜଣ ଓ ଷ୍ଟେଟପୁଲରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୫, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୨, ୨୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୮୭୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.