ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ

0

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଲଗାତାର କିଛି ଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବାବେଳେ ଆଜି ୭୦୦ ଉପରକୁ ଟପିଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୭ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୫୩୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ; ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୮ ଜଣ, କଟକରୁ ୧୧୫ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝରରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୩, କୋରାପୁଟ ଜିଲ୍ଲାରୁ ୧୦ ଜଣ, ମୟୂରଭଞ୍ଜରୁ ୧୬ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୩୬ ଜଣ, ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୬୫ ଜଣ ଓ ଷ୍ଟେଟପୁଲରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୫, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୨, ୨୭୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୮୭୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.