ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ପ୍ରଶ୍ନପତ୍ର ଲିକ୍ ଯୋଗୁଁ ବାତିଲ ହେଲା ପରୀକ୍ଷା

0

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେସନ ପ୍ରଶ୍ନପତ୍ର ଲିକ୍ ହେବା ପରେ ଆଜିର ଏଜୁକେସନ୍ ୬ଷ୍ଠ ସେମିଷ୍ଟର ପରୀକ୍ଷାକୁ ବାତିଲ କରାଯାଇଛି। ଏନେଇ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ସଂଜୀବ ମିତ୍ତଲ ସୂଚନା ଦେଇଛନ୍ତି।ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଆଜି ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେସନ ଅନର୍ସ ପରୀକ୍ଷା ହେବାର ଥିଲା। ମାତ୍ର ଏହା ପୂର୍ବରୁ ସକାଳୁ ଲିକ୍‌ ହୋଇଗଲା ପ୍ରଶ୍ନପତ୍ର ।  ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅରିଜନାଲ ପ୍ରଶ୍ନପତ୍ର ସହ ମିଶୁଛି ବୋଲି ସ୍ୱୀକାର କରିଛନ୍ତି କର୍ତ୍ତୃପକ୍ଷ । ତେଣୁ ଆଜି ହେବାକୁ ଥିବା ଏଜୁକେସନ ଅନର୍ସ ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।

ପ୍ରଶ୍ନପତ୍ର ଭାଇରାଲ୍ ହେବା ପରେ ଆଜି ପରୀକ୍ଷା ଦେବାକୁ ପ୍ରସ୍ତୁତ ହୋଇଥିବା ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କ ମଧ୍ୟରେ ଦେଖାଦେଇଛି ଅସନ୍ତୋଷ ।  କେଉଁ ପରିସ୍ଥିତିରେ ଏହା ଭାଇରାଲ ହେଲା ତାହାର ତଦନ୍ତ ହେବ ବୋଲି କହିଛନ୍ତି କର୍ତ୍ତୃପକ୍ଷ ।  ପ୍ରଶ୍ନପତ୍ର ସେଟ୍ କରିଥିବା କର୍ମଚାରୀ ହିଁ ଏପରି କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି । ଦୋଷୀ, କର୍ମଚାରୀ ଓ ଅଧିକାରୀଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ ଦିଆଯିବା ସହେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ।ପରବର୍ତ୍ତୀ ଅବସ୍ଥାରେ କେବେ ପରୀକ୍ଷା ହେବା ତାହା ଜଣାଇ ଦିଆାଯିବ ବୋଲି କଲେଜ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Leave A Reply

Your email address will not be published.