ପ୍ରମୁଖ ଖବର

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ

ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ୬ ଜଣ ଶ୍ରମିକଙ୍କ ମୃତ୍ୟୁ

0

ନୂଆଦିଲ୍ଲୀ; ଦିଲ୍ଲୀ ଅଲିପୁରରେ ଏକ ବଡ ଦୁର୍ଘଟଣା ଘଟିଛି । ଆଲିପୁରରେ ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ିବା କାରଣରୁ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହି ଦୁର୍ଘଟଣାରେ ଏବେ ବି ୯ ଜଣ ଶ୍ରମିକ ଫସିରହିଥିବାରୁ ସେମାନଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରାଯାଉଛି | ଏହି ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ, ନିର୍ମାଣ କାର୍ଯ୍ୟରେ ୨୦ରୁ ଅଧିକ ଶ୍ରମିକ ନିୟୋଜିତ ହୋଇଥିଲେ । ତେଣୁ ଏବେବି ମାଟିତଳେ ଏକାଧିକ ଶ୍ରମିକ ପୋତିହୋଇ ଥିବାର ଆଶଙ୍କା କରାଯାଉଛି ।ଉଦ୍ଧାର କାର୍ଯ୍ୟ ଜୋରସୋର ଚାଲିଛି । ଏବେ ଯାଏଁ ୧୦ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୬ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୩ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସେମାନଙ୍କୁ ପାଖ ହରିଶ୍ଚନ୍ଦ୍ର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.