ପ୍ରମୁଖ ଖବର

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ରୁଜ୍‌ ମିସାଇଲ
ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି
ଆସନ୍ତାକାଲି ଛତିଶଗଡରେ ମତଦାନ, ସୀମା ସିଲ ଓ ହାଇ ଆଲର୍ଟ ଜାରି କଲା ମାଲକାନଗିରି ପୁଲିସ
ଆରପାରିରେ ବିଶିଷ୍ଟ ଅଭିନେତା, ନାଟ୍ୟକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସ
ଦିନ ୨ଟା ୩୦ରେ ଭୁବନେଶ୍ବର ଉତ୍ତପ୍ତ ସହର, ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ
ଲଢ଼ିବେନି ପ୍ରସାଦ ହରିଚନ୍ଦନ, ମନୋଜ ରଥ ସତ୍ୟବାଦୀରୁ କଂଗ୍ରେସ ପ୍ରାର୍ଥୀ
କଂଗ୍ରେସରେ ଯୋଗଦେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ, କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କଲେ

ନିର୍ମାଣାଧୀନ କାନ୍ଥ ଭୁଶୁଡ଼ି ୬ ଜଣ ଶ୍ରମିକଙ୍କ ମୃତ୍ୟୁ

0

ନୂଆଦିଲ୍ଲୀ; ଦିଲ୍ଲୀ ଅଲିପୁରରେ ଏକ ବଡ ଦୁର୍ଘଟଣା ଘଟିଛି । ଆଲିପୁରରେ ଏକ ନିର୍ମାଣାଧୀନ କାନ୍ଥ ଭୁଶୁଡ଼ିବା କାରଣରୁ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହି ଦୁର୍ଘଟଣାରେ ଏବେ ବି ୯ ଜଣ ଶ୍ରମିକ ଫସିରହିଥିବାରୁ ସେମାନଙ୍କୁ ଉଦ୍ଧାର ପାଇଁ ଚେଷ୍ଟା କରାଯାଉଛି | ଏହି ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ, ନିର୍ମାଣ କାର୍ଯ୍ୟରେ ୨୦ରୁ ଅଧିକ ଶ୍ରମିକ ନିୟୋଜିତ ହୋଇଥିଲେ । ତେଣୁ ଏବେବି ମାଟିତଳେ ଏକାଧିକ ଶ୍ରମିକ ପୋତିହୋଇ ଥିବାର ଆଶଙ୍କା କରାଯାଉଛି ।ଉଦ୍ଧାର କାର୍ଯ୍ୟ ଜୋରସୋର ଚାଲିଛି । ଏବେ ଯାଏଁ ୧୦ଜଣ ଶ୍ରମିକଙ୍କୁ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ୬ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୩ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସେମାନଙ୍କୁ ପାଖ ହରିଶ୍ଚନ୍ଦ୍ର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.