ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଆଜି ବି ହଜାରେ ଉପରେ ରହିଛି ସଂକ୍ରମଣ

0

ଭୁବନେଶ୍ବର: ଗତକାଲି ୧୦୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୩୫ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୧ ଜଣ, ଯାଜପୁରରୁ ୨୧ ଜଣ, ଝାରସୁଗୁଡ଼ାରୁ ୧୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୫୨ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୮ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୪୪ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ବଲପୁରରୁ ୫୮ ଜଣ, ସୋନପୁରରୁ ୩୧ ଜଣ, ସୁନ୍ଦରଗଡ଼ରୁ ୧୧୧ ଜଣ ଓ ଷ୍ଟେଟପୁଲରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୮, ୨୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୩, ୬୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସେହିପରି ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ୨୦,୦୦୦ ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ହୋଇଥିବା ପଜିଟିଭିଟି ହାର ୪.୮୦%  ହୋଇଥିବା ବେଳେ ସାପ୍ତାହିକ ପଜିଟିଭିଟି ହାର ୪.୪୦% ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ କହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୦୪୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୬ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪, ୩୭,୩୦,୦୭୧ରେ ପହଞ୍ଚିଛି।

Leave A Reply

Your email address will not be published.