ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ

0

ନୂଆଦିଲ୍ଲୀ; ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ପଶ୍ଚିମବଙ୍ଗର ରାଜ୍ୟପାଳ ଥିବା ଜଗଦୀପଙ୍କୁ ପ୍ରାର୍ଥୀ କରିଛି ବିଜେପି। ଏନେଇ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରେସମିଟରେ ଘୋଷଣା କରିଛନ୍ତି।

ଆଜି ବିଜେପି ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା ହୋଇଥିଲା । ଏହା ପରେ ଜେପି ନଡ୍ଡା ପ୍ରେସମିଟରେ ତାଙ୍କ ନାମ ଘୋଷଣା କରିଛନ୍ତି । ବୈଠକରେ ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଯୋଗଦେଇଥିଲେ । ଦ୍ୱିପ୍ରହରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କରିଥିଲେ ଜଗଦୀପ ଧନକଡ । ସେହିଭଳି ଶୁକ୍ରବାର ଅମିତ ଶାହଙ୍କୁ ମଧ୍ୟ ସେ ଭେଟିଥିଲେ । ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ପଦ ପାଇଁ ଭୋଟ ପଡିବ ।

Leave A Reply

Your email address will not be published.