ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ପୁଲିସ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନା ନିଲମ୍ବିତ

0

ଭୁବନେଶ୍ବର; ପୁଲିସ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନାଙ୍କୁ ଆଜି ପୁଲିସ ଡିଜି ସୁନୀଲ କୁମାର ବନସଲ ଚାକିରିରୁ ନିଲମ୍ବନ କରିଛନ୍ତି । ନିଲମ୍ବନ ଅବଧି ମଧ୍ୟରେ ସେ ସୁନ୍ଦରଗଡ଼ ପୁଲିସ ଏସପିଙ୍କ ଅଧୀନରେ ରହିବେ ତଥା ଓଡ଼ିଶା ସର୍ଭିସ କୋଡ୍ -୯୦ ଅନ୍ତର୍ଗତ ସେ ନିଜର ଡିଏ ଓ ଅନ୍ୟାନ୍ୟ ଭତ୍ତା ପାଇବାକୁ ମଧ୍ୟ ହକଦାର ହେବେ ବୋଲି ଆଜି ପୁଲିସ ମୁଖ୍ୟାଳୟରୁ ଜାରି ନିର୍ଦ୍ଦେଶନାମାରେ ଦର୍ଶାଯାଇଛି ।

ସୂଚନାଯୋଗ୍ୟ, ରଥଯାତ୍ରା ଡ୍ୟୁଟି ଶେଷ କରି ଇନ୍ସପେକ୍ଟର ଶ୍ରୀମତୀ ସୁନା ଓ ତାଙ୍କ ଡ୍ରାଇଭର ଅଜୟ ଜେଠୀ ନିଜ କାର ଯୋଗେ ପୁରୀରୁ ସୁନ୍ଦରଗଡ଼ ଫେରିବା ବାଟରେ ୫୭ନମ୍ବର ଜାତୀୟ ରାଜପଥର ବଡ଼ବାହାଲି ଛକ ନିକଟରେ ଏକ ପରିବା ବୋଝେଇ ଅଟୋ ଓ ବାଇକକୁ ଧକ୍କା ଦେଇଥିଲେ । ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୬ଜଣ ଆହତ ହୋଇଥିଲେ । ଦୁର୍ଘଟଣା ଘଟାଇବା ପରେ ଇନ୍ସପେକ୍ଟର ଶ୍ରୀମତୀ ସୁନା ଓ ତାଙ୍କ ଡ୍ରାଇଭର ଶ୍ରୀ ଜେଠୀ ଫେରାର ହୋଇଯାଇଥିଲେ ।

Leave A Reply

Your email address will not be published.