ପ୍ରମୁଖ ଖବର

ସହଦେବ ନାୟକ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି
ରାଉରକେଲାରେ ଜଣେ ସିଆରପିଏଫ ଯବାନ ନିଜକୁ ନିଜେ ଗୁଳି କରିଥିବା ସୂଚନା
ଚୀନର ଜିଆଙ୍ଗରେ ଭୂକମ୍ପର ଝଟକା: ତୀବ୍ରତା ୪.୩
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡିଶାରେ ପହଁଞ୍ଚିଲେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଟ୍ରାଏଲ୍ ରନ୍
କୁମ୍ଭ ମେଳା ପାଇଁ ଓଡ଼ିଶାରୁ ଅଯୋଧ୍ୟାକୁ ଗଡ଼ିବ ସ୍ୱତନ୍ତ୍ର ବସ

ଦ୍ରୌପଦୀଙ୍କୁ ଭୋଟ୍ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ

0

କଟକ:  ଆଜି ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ମତଦାନ ଚାଲିଥିବା ବେଳେ ଦଳୀୟ ପ୍ରାର୍ଥୀ ପରିବର୍ତ୍ତେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସପକ୍ଷରେ ଭୋଟ୍ ଦେଇଛନ୍ତି କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ। କହିଛନ୍ତି, ପାର୍ଟି ନୁହେଁ, ମାଟି ବଡ଼। ତେଣୁ ନିଜ ବିବେକ କଥା ଶୁଣି, ନିଜ ମାଟିର ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ବାଛିଲି। ରାଷ୍ଟ୍ରପତି ନିର୍ବାଚନ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ବାଚନ । ଏହା ସମ୍ବିଧାନର ସର୍ବୋଚ୍ଚ ପଦ । ଏହା ଉପରେ ଦଳର କିଛି ହୁଇପ ନ ଥାଏ। ସାଂସଦ କିମ୍ବା ବିଧାୟକ ନିଜ ମନୋନୀତ ପ୍ରାର୍ଥୀଙ୍କୁ ନିର୍ବାଚିତ କରନ୍ତି।

ଓଡ଼ିଶାର ଜଣେ ଆଦିବାସୀ ମହିଳା ଭାରତର ସର୍ବୋଚ୍ଚ ପଦ ପାଇଁ ଛିଡ଼ା ହୋଇଛନ୍ତି। ଜଣେ ଓଡ଼ିଆ ମହିଳା ସର୍ବୋଚ୍ଚ ପଦରେ ବସନ୍ତୁ ବୋଲି ଓଡ଼ିଆଙ୍କର ଇଚ୍ଛା ରହିଛି । ତେଣୁ ଓଡ଼ିଆ ହିସାବରେ ନିଜ ବିବେକ ଅନୁଯାୟୀ ମୁଁ ମୋ ମୂଲ୍ୟବାନ ଭୋଟ୍‌ ଦ୍ରୌପଦୀ ମୁର୍ମୁଙ୍କୁ ଦେଇଛି। ଏଥିନିମନ୍ତେ ମୋତେ ବହୁ ବୁଦ୍ଧିଜୀବୀ ଅନୁରୋଧ କରିଥିଲେ। ଜଣେ ଓଡ଼ିଆ ହିସାବରେ ଏପରି ପଦକ୍ଷେପ ନେଇଥିବାରୁ ଦଳ ଭୁଲ୍‌ ବୁଝିବ ନାହିଁ ବୋଲି କହିଛନ୍ତି ବିଧାୟକ ମହମ୍ମଦ ମୋକିମ । ଏଥିସହ ଯାହା କରିଛନ୍ତି ତାହା ଠିକ୍‌ ଓ ଏଥିନିମନ୍ତେ ତାଙ୍କର କୌଣସି ପଶ୍ଚାତାପ ନାହିଁ ବୋଲି ସେ ସ୍ପଷ୍ଟ ଭାବେ କହିଛନ୍ତି।

ଅନ୍ୟପକ୍ଷରେ ମହମ୍ମଦ ମୋକିମଙ୍କ ଏଭଳି ଅପ୍ରତ୍ୟାଶିତ ପଦକ୍ଷପରେ ପିସିସି ସଭାପତି ଓ ଅନ୍ୟ ବିଧାୟକମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି, ଦଳ ଯାହା ବିଚାର କରିବ, ସେହି ଅନୁସାରେ ନିଷ୍ପତ୍ତି ନିଆଯିବ। ସେହିପରି ଦଳୀୟ ବିଧାୟକ ସନ୍ତୋଷ ସିଂହ ସାଲୁଜା କହିଛନ୍ତି ଯେ ଜଣେ ଶୃଙ୍ଖଳିତ ସଭ୍ୟ ଭାବେ ସେ ପାର୍ଟି ନିଷ୍ପତ୍ତି ପ୍ରକାରେ ଭୋଟ୍‌ ଦେବା କଥା। କିନ୍ତୁ ଯାହା ଘଟିଲା, ତାହା ଦୁର୍ଭାଗ୍ୟଜନକ ଘଟଣା। ହାଇକମାଣ୍ଡଙ୍କୁ ଏ ବିଷୟରେ ଅବଗତ କରାଯିବ ଓ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି, ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ ଘଟଣା। ମୋକିମ ଅସନ୍ତୁଷ୍ଟ ଥିବା ଏହା ପ୍ରମାଣ କଲା। ତା’ ସହିତ ଦଳର ଏକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଲା। ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଏହା ବିଷୟରେ ହାଇକମାଣ୍ଡଙ୍କୁ ଅବଗତ କରାଯିବ। ହାଇକମାଣ୍ଡ ଯାହା ନିଷ୍ପତ୍ତି ନେବେ, ଆମେ ତାହାକୁ କାର୍ଯ୍ୟକାରୀ କରିବୁ।

Leave A Reply

Your email address will not be published.