ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ଅନୁମୋଦନ

0

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍ ନିଷ୍ପତ୍ତି ନେଇ ଅବଗତ କଲେ ନିରଞ୍ଜନ ପୂଜାରୀ । ରାୟଗଡା କାଶୀପୁରରେ ବୃହତ ପାନୀୟ ଜଳ ପ୍ରକଳ୍ପ ହେବ । ଆଇଟି ପଲିସି ୨୦୨୨କୁ ବ୍ୟାବିନେଟ୍ ମୋହର ଲାଗିଛି । ପାଇକ ବିଦ୍ରୋହ ସ୍ମାରକୀ ପାଇଁ ଜମି ଯେଗାଇଛନ୍ତି ସରକାର । ଖୋର୍ଦ୍ଧା ବରୁଣେଇରେ ୯.୬୮ ଏକର ଜମି ଦିଆଯାଇଛି । ୩୧ କୋଟି ୯୭ ଲକ୍ଷ ମଧ୍ୟ ଛାଡ କରାଯାଇଛି।

ରାୟଗଡା ଜିଲ୍ଲାରେ ୩ଟି ଗ୍ରାମ୍ୟ ପାନୀୟ ଜଳ ଯୋଗଣ ପ୍ରକଳ୍ପକୁ ଇପିସି ନିବିଦା ମାଧ୍ୟମରେ କାର୍ଯ୍ୟକାରୀ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି । ଉକ୍ତ ପ୍ରକଳ୍ପ ଦ୍ୱାରା ରାୟଗଡାର ୨ଟି ବ୍ଲକ ଅଧୀନରେ ଥିବା ୧୫ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୧୨୯ଟି ଗ୍ରାମରେ ବସବାସ କରୁଥିବା ପ୍ରୟ ୩୫ ହଜାର ୪୦୪ ଜନସାଧାରଣଙ୍କୁ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ । ତନ୍ମଧ୍ୟରୁ ରମନଗୁଡା ବ୍ଲକ ଅଧୀନରେ ଥିବା ୭ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୫୮ ଟି ଗ୍ରାମର ପ୍ରାୟ ୧୬ହଜାର ୩୨ ଜଣ ଓ କୋଇନରା ବ୍ଲକ ଅଧୀନରେ ଥିବା ୮ଟି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ୭୧ ଟି ଗ୍ରାମର ପ୍ରାୟ ୧୯ ହଜାର ୩୭୨ ଜଣ ଲୋକ ଏହି ପାନୀୟ ଜଳ ପ୍ରକଳ୍ପ ଦ୍ୱାରା ଉପକୃତ ହୋଇପାରିବେ ।

ସେହିପରି ରାଜ୍ୟ ସରକାର ଅବଢା ପରିଯୋଜନା ମାଧ୍ୟମରେ ଐତିହ୍ୟ ସମ୍ପନ୍ନ ସହର ପୁରୀ ଠାରେ ପର୍ଯ୍ୟଟକ ତଥା ପରିଦର୍ଶନମାନଙ୍କ ପାଇଁ ସ୍ପଳ୍ପ ମୂଲ୍ୟର ବୋର୍ଡିଂ ଏବଂ ରହଣି ସୁବିଧା, ବିଶେଷ ଭାବରେ ବରିଷ୍ଠ ନାଗରିକଙ୍କ ମୌଳିକ ସୁବିଧା ଉପଲବ୍ଧ ପାଇଁ ବାସେଳୀସାହି ଧର୍ମଶାଳା ପ୍ରକଳ୍ପକୁ କାର୍ଯ୍ୟାନ୍ୱୟନ କରାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ୧୩୫ କୋଟି ୬୦ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି । ଏହି କାର୍ଯ୍ୟ ୨୪ ମାସ ମଧ୍ୟରେ ସମ୍ପର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।

Leave A Reply

Your email address will not be published.