ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପୁଣି ବଢ଼ିଲା କରୋନା

0

ଭୁବନେଶ୍ବର: ରାଜ୍ୟ‌ରେ ଆଜି କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତକାଲି ୯୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ ଘଣ୍ଟା ମଧ୍ୟରେ ୧୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୬୪ ସ୍ଥାନିୟ ସଂକ୍ରମିତ। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ଅଛନ୍ତି। ନୂତନ ସଂକ୍ରମିତଙ୍କୁୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୧୯୯ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୧୨୮୬୧୧୧ ଓ ଏବେ ବି ସକ୍ରିୟ ଅଛନ୍ତି ୬୭୦୧ ଜଣ।

ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁସାରେ ଅନୁଗୁଳ ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୨ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୧୨ ଜଣ, ବଲାଙ୍ଗୀରରୁ ୧୨ ଜଣ, ବୌଦ୍ଧରୁ ୬ ଜଣ, କଟକରୁ ୧୩୨ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୧୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତ୍‌ସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୬ ଜଣ, ଝାରସୁଗୁଡ଼ାରୁ ୨୫ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୩୦୭ ଜଣ, କେରାପୁଟରୁ ୬ ଜଣ, ମୟୂରଭଞ୍ଜରୁ ୫୩ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ରୁ ୧୪ ଜଣ, ନୂଆପଡ଼ାରୁ ୧୩ ଜଣ, ପୁରୀରୁ ୨୪ ଜଣ, ରାୟଗଡ଼ାରୁ ୧୦ ଜଣ, ସମ୍ବଲପୁରରୁ ୬୫ ଜଣ, ସୋନପୁରରୁ ୪୨ ଜଣ, ସୁନ୍ଦରଗଡ଼ରୁ ୧୯୭ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.