ପ୍ରମୁଖ ଖବର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ
ଶିବସେନା ସିନ୍ଦେ ଗୋଷ୍ଠୀରେ ସାମିଲ ହେଲେ ବଲିଉଡ୍ ତାରକା ଗୋବିନ୍ଦା
ପଦ୍ମ ଧରିଲେ ଅଭିନେତା ତଥା ବ୍ରହ୍ମପୁରର ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର

ପୁଣି ବଢ଼ିଲା କରୋନା

0

ଭୁବନେଶ୍ବର: ରାଜ୍ୟ‌ରେ ଆଜି କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତକାଲି ୯୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୨୪ ଘଣ୍ଟା ମଧ୍ୟରେ ୧୧୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୬୪ ସ୍ଥାନିୟ ସଂକ୍ରମିତ। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ଅଛନ୍ତି। ନୂତନ ସଂକ୍ରମିତଙ୍କୁୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୧୯୯ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୧୨୮୬୧୧୧ ଓ ଏବେ ବି ସକ୍ରିୟ ଅଛନ୍ତି ୬୭୦୧ ଜଣ।

ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁସାରେ ଅନୁଗୁଳ ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୨ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୧୨ ଜଣ, ବଲାଙ୍ଗୀରରୁ ୧୨ ଜଣ, ବୌଦ୍ଧରୁ ୬ ଜଣ, କଟକରୁ ୧୩୨ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୧୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତ୍‌ସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୬ ଜଣ, ଝାରସୁଗୁଡ଼ାରୁ ୨୫ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୩୦୭ ଜଣ, କେରାପୁଟରୁ ୬ ଜଣ, ମୟୂରଭଞ୍ଜରୁ ୫୩ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ରୁ ୧୪ ଜଣ, ନୂଆପଡ଼ାରୁ ୧୩ ଜଣ, ପୁରୀରୁ ୨୪ ଜଣ, ରାୟଗଡ଼ାରୁ ୧୦ ଜଣ, ସମ୍ବଲପୁରରୁ ୬୫ ଜଣ, ସୋନପୁରରୁ ୪୨ ଜଣ, ସୁନ୍ଦରଗଡ଼ରୁ ୧୯୭ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.