ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

0

ଭୁବନେଶ୍ୱର; ରାଷ୍ଟ୍ରପତି ଭାବେ ନିର୍ବାଚିତ ପରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦ୍ରୌପଦୀ ମୁର୍ମୁଙ୍କ ସହ ଫୋନରେ କଥା ହୋଇ ଓଡିଶାବାସୀଙ୍କ ତରଫରୁ ଅଭିନନ୍ଦନ ଜଣାଇଲେ ।

ଜୁଲାଇ ୨୫ରେ ଦ୍ରୌପଦୀ ମୁର୍ମୁ ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେବେ । ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ମିଳିଛି । ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ୪ ଦିନିଆ ନୂଆଦିଲ୍ଲୀ ଗସ୍ତ କରିବେ । ଶପଥ ସମାରୋହ ପରଦିନ ଅର୍ଥାତ୍ ୨୬ ତାରିଖରେ ସେ ଭୁବନେଶ୍ୱର ଫେରି ଆସିବେ ।

ସୁଚନାଯୋଗ୍ୟ; ଦ୍ରୌପଦୀ ମୁର୍ମୁ ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଭାରତର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ  ତାଙ୍କ ପାଖକୁ ଛୁଟୁଛି ଶୁଭେଚ୍ଛାର ସୁଅ । ଦ୍ରୌପଦୀଙ୍କ ଏହି ବିପୁଳ ବିଜୟ ପରେ ତାଙ୍କୁ ଫୋନ୍‌ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶାବାସୀଙ୍କ ତରଫରୁ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ ଏବଂ କହିଲେ ଏହି ସଫଳତା ପାଇଁ ରାଜ୍ୟବାସୀ ଗର୍ବିତ ।

ଆସନ୍ତା ୨୫ ତାରିଖରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ପଦ ଓ ଗୋପନୀୟତାର ଶପଥ ନେବେ ଦ୍ରୌପଦୀ ମୁର୍ମୁ। ଏହି ଶପଥ ସମାରୋହରେ ଯୋଗ ଦେବେ ନବୀନ । ଏଥିନିମନ୍ତେ ସେ ଆସନ୍ତାକାଲିଠୁ ଚାରିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ।  ଏହାପରେ ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ଫେରିବାର କାର୍ଯ୍ୟକ୍ରମ ରହିଛି । ନବୀନ ଏହି ଗସ୍ତବେଳେ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବା ସହ ବିଜେଡି ସାଂସଦମାନଙ୍କୁ ଭେଟିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।

ଶ୍ରୀମତୀ ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏ ପ୍ରାର୍ଥୀ ହୋଇଥିଲେ ମଧ୍ୟ ତାଙ୍କ ପାଇଁ ଓଡ଼ିଶାରେ ପ୍ରଚାରର ମଙ୍ଗ ସମ୍ଭାଳିଥିଲା ବିଜେଡି । ତେଣୁ ଏହି କାରଣରୁ ଅଣଏନଡିଏ ଓ ଅଣୟୁପିଏ ମୁଖ୍ୟମନ୍ତ୍ରୀ ଭାବେ ଶ୍ରୀ ପଟ୍ଟନାୟକଙ୍କ ସମେତ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନମୋହନ ରେଡ୍ଡୀ ଶପଥ ସମାରୋହରେ ସାମିଲ ହେବେ ବୋଲି ସୂଚନା ମିଳିଛି । ଆସନ୍ତା ୨୫ ତାରିଖରେ ଶେଷ ହେବାକୁ ଯାଉଛି ଭାରତର ଚତୁର୍ଦ୍ଦଶତମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ସେହିଦିନ ହିଁ ଦ୍ରୌପଦୀ ମୁର୍ମୁ ଦେଶରେ ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଭିଷିକ୍ତ ହେବେ।

Leave A Reply

Your email address will not be published.