ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାସ୍ତାରେ କଳି କଲେ ଷ୍ଟାର ଦମ୍ପତ୍ତି

0

ଭୁବନେଶ୍ବର; ରାସ୍ତା ଉପରେ ବାବୁସାନଙ୍କ ସହ ଝଗଡ଼ା କଲେ ପତ୍ନୀ । ପ୍ରକୃତି ମିଶ୍ରଙ୍କ ସହ ବାବୁସାନ ଥିବା ବେଳେ ଧରିଲେ ପତ୍ନୀ । ରାସ୍ତା ଉପରେ କାରକୁ ଅଟକାଇ ଝଗଡ଼ା କରିବା ସହ ଅଭିନେତ୍ରୀଙ୍କୁ ମାଡ ମଧ୍ୟ ମାରିଲେ ବାବୁସାନଙ୍କ ପତ୍ନୀ । ଅଭିନେତ୍ରୀଙ୍କ ଯୋଗୁଁ ତାଙ୍କ ପରିବାର ଭାଙ୍ଗିଥିବା କହି ରାସ୍ତାରେ ଅଭିନେତ୍ରୀଙ୍କୁ ଗୋଡ଼ାଇ ଗୋଡ଼ାଇ ଧକ୍କା ମାରୁଥିବା ଭିଡିଓରେ ଦେଖିବାକୁ ମିଳିଛି ।

ସୂଚନାଯୋଗ୍ୟ: ବାବୁସାନ୍ ଓ ପ୍ରକୃତି ମିଶ୍ର ଗୋଟିଏ ଫର୍ଚ୍ୟୁନର ଗାଡ଼ିରେ ଏକାଠି  ସକାଳୁ ସକାଳୁ  ଭୁବନେଶ୍ବରର ସତ୍ୟ ନଗର ଅଞ୍ଚଳରେ ଯାଉଥିବ‌ା ବେଳେ ବାବୁସାନଙ୍କ ପତ୍ନୀ ତୃପ୍ତି ସେମାନଙ୍କୁ ଅଟକାଇଛନ୍ତି। ଏହାପରେ ସେ ବାବୁସାନଙ୍କୁ ଗାଡ଼ିରୁ ବାହାରକୁ ଆସିବା ଲାଗି ବାଧ୍ୟ କରିବା ସହ ତାଙ୍କୁ ଟଣାଓଟରା କରିଛନ୍ତି। ଏହି ଘଟଣାରେ ବାବୁସାନ୍ ଅପଦସ୍ଥ ହୋଇପଡ଼ିବା ଦେଖିବାକୁ ମିଳୁଛି। ଏହାପରେ ତୃପ୍ତି  ଗାଡ଼ି ଭିତରେ ପଶି ପ୍ରକୃତିଙ୍କୁ ଟଣାଓଟରା କରିଛନ୍ତି। ପରେ ପ୍ରକୃତି ଗାଡ଼ିରୁ ବାହାରି ସେଠାରୁ ଚାଲିଯିବାକୁ ଉଦ୍ୟମ କରୁଥିବା ବେଳେ ବାବୁସାନଙ୍କ ପତ୍ନୀ ତାଙ୍କୁ ମାଡ଼ ମାରିଥିବାର ଦେଖିବାକୁ ମିଳିଛି।

Leave A Reply

Your email address will not be published.