ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ

0

ନୂଆଦିଲ୍ଲୀ: ଆଜି ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟ୍‌ର ସେଣ୍ଟ୍ରାଲ୍‌ ହଲ୍‌ରେ ପୂର୍ବାହ୍ନ ୧୦.୧୩ରେ ଭାରତର ୧୫ଶ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଭାରତର ପ୍ରଧାନ ବିଚାରପତି ଏନ୍‌. ଭି. ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ସୂଚନାଯୋଗ୍ୟ; ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆଜି ସଂସଦର ସେଣ୍ଟ୍ରାଲ ହଲରେ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସକାଳ ୮.୧୫ରେ ଶ୍ରୀମତୀ ମୁର୍ମୁ ଦିଲ୍ଲୀର ଉମା ଶଙ୍କର ଦିକ୍ଷୀତ ଲେନରେ ଥିବା ଅସ୍ଥାୟୀ ବାସଭବନରୁ ବାହାରି ରାଜଘାଟକୁ ଯାଇଥିଲେ। ସେଠାରେ ସେ ସକାଳ ପ୍ରାୟ ୮.୪୬ରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ରାଜଘାଟରୁ ସୁରକ୍ଷା ବଳୟ ମଧ୍ୟରେ ଦ୍ରୌପଦୀମ ମୁର୍ମ ରାଷ୍ଟ୍ରପତି ଭବନକୁ ଯାଇଥିଲେ।ରାଷ୍ଟ୍ରପତି ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍‌. ଭେଙ୍କୟାନାଇଡୁ, ପ୍ରଧାନମନ୍ତ୍ରୀ ‌ନରେନ୍ଦ୍ର ମୋଦୀ ଏବଂ ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କ ସମେତ ସମସ୍ତ କେନ୍ଦ୍ରମନ୍ତ୍ରୀ ଓ ସାସଂଦ ଉପସ୍ଥିତ ଥିଲେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ଶପଥ ଗ୍ରହଣ ଉତ୍ସବରେ ଉପସ୍ଥିତ ଥିଲେ।

ସେଣ୍ଟ୍ରାଲ ହଲରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଶପଥ ନେବାକୁ ଯାଉଥିବା ଦ୍ରୌପଦୀ ମୁର୍ମୁଙ୍କୁ ଉପ ରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନ ବିଚାରପତି ଜଷ୍ଟିସ ରମନ୍ନା ଓ ଲୋକସଭା ବାଚସ୍ପତି ଓମ ବିର୍ଲା ସ୍ୱାଗତ କରିଥିଲେ। ସେ ସଂସଦର ସେଣ୍ଟ୍ରାଲରେ ପହଞ୍ଚିବା ପରେ ଜାତୀୟ ସଂଗୀତ ପରିବେଷଣ କରାଯାଇଥିଲେ। ଶେଷରେ ପ୍ରଧାନ ବିଚାରପତି ଜଷ୍ଟିସ ରମନ୍ନା ଶ୍ରୀମତୀ ମୁର୍ମୁଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ମାଡାମ ମୁର୍ମୁ ଶପଥ ରେଜିଷ୍ଟର୍‌ରେ ଦସ୍ତଖତ କରି ବିଧିବଦ୍ଧ ଭାବେ ଦେଶର ପ୍ରଥମ ନାଗରିକ ହୋଇଛନ୍ତି। ଏହାପରେ ସେ ଦେଶ ଉଦ୍ଦେଶ୍ୟର ପ୍ରଥମ ଅଭିଭାଷଣ ରଖିଛନ୍ତି। ଜୁହାର ଓ ନମସ୍କାର ଜଣାଇ ସେ ତାଙ୍କର ସମ୍ବୋଧନ ଆରମ୍ଭ କରିଥିଲେ।

Leave A Reply

Your email address will not be published.