ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ନିର୍ମାଣ ହେବ କ୍ୟାନସର ହସ୍ପିଟାଲ, ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

0
  • ହସ୍ପିଟାଲ ନିର୍ମାଣ ଭାରତ ସରକାର ୪୦୦ କୋଟି ଏବଂ ଟାଟା ଟ୍ରଷ୍ଟ ୨୫0 କୋଟି ଦେବ
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ର ମନ୍ତ୍ରୀ ଡା. ଜିତେନ୍ଦ୍ର ସିଂହଙ୍କୁ ଧନ୍ୟବାଦ
  • ଆଗାମୀ ୩ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ କରିବାର ଲକ୍ଷ୍ୟ
  • ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଅତିରିକ୍ତ ୧୦ ଏକର ପରିମିତ ଜମି ଯୋଗାଇବ
  • କ୍ୟାମ୍ପସରେ ମେଡ଼ିକାଲ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ‘ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର’ ଖୋଲାଯିବ

ଭୁବନେଶ୍ୱର, ଭୁବନେଶ୍ୱର ନାଇଜର କ୍ୟାମ୍ପସ ଠାରେ ଭାରତ ସରକାରଙ୍କ ଆଟୋମିକ୍ ଏନର୍ଜି ଡିପାର୍ଟମେଣ୍ଟ ଓ ଟାଟା ଟ୍ରଷ୍ଟ ସହଯୋଗରେ ୬୫୦ କୋଟି ଟଙ୍କା ବ୍ୟୟରେ ଏକ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣ କରାଯିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ମଙ୍ଗଳାର ନୂଆଦିଲ୍ଲୀ ଠାରେ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ର ମନ୍ତ୍ରୀ ଡା. ଜିତେନ୍ଦ୍ର ସିଂହଙ୍କ ସହ ଆୟୋଜିତ ଏ ସମ୍ପର୍କୀତ ଏକ ବୈଠକରେ ଆଲୋଚନା ହୋଇଥିବା ଶ୍ରୀ ପ୍ରଧାନ କହିଛନ୍ତି । ଏହି ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣରେ ଭାରତ ସରକାର ୪00 କୋଟି ଏବଂ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଖର୍ଚ୍ଚ କରିବେ । ଏଥିପାଇଁ ନାଇଜର ୧୭ ଏକର ପରିମିତ ଜମି ପ୍ରଦାନ କରି ସାରିଥିବା ବେଳେ ଅତିରିକ୍ତ ୧୦ ଏକର ପରିମିତ ଜମି ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଯୋଗାଇ ଦେବ ।

ଏହି କ୍ୟାନସର ହସ୍ପିଟାଲକୁ ଟାଟା ଟ୍ରଷ୍ଟ ନିର୍ମାଣ କରିବା ପରେ ଭାରତ ସରକାରଙ୍କୁ ହସ୍ତାନ୍ତର କରିବେ । ହସ୍ପିଟାଲ ନିର୍ମାଣ ସହ କ୍ୟାମ୍ପସ ପରିସରରେ କର୍ମଚାରୀଙ୍କ ପାଇଁ ବାସଗୃହ, ରୋଗୀଙ୍କ ପାଇଁ ଧର୍ମଶାଳା, ହଷ୍ଟେଲ ନିର୍ମାଣ କରାଯିବ । ଆଗାମୀ ୩ ବର୍ଷ ମଧ୍ୟରେ ଏହି ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ କରିବାର ଲକ୍ଷ୍ୟ ରଖାଯାଇଛି । ସେହିପରି କ୍ୟାନସର ହସ୍ପିଟାଲରେ ନିଯୁକ୍ତ ହେବାକୁ ଥିବା ମେଡ଼ିକାଲ କର୍ମଚାରୀ ମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ବିଭାଗୀୟ ମନ୍ତ୍ରଣାଳୟ ତରଫରୁ ଏକ ‘ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର’ ଖୋଲାଯାଇ ପ୍ରଶିକ୍ଷଣ ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ଓଡ଼ିଶା ସମେତ ସମଗ୍ର ଭାରତର ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଦିଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଉଛନ୍ତି । ଓଡ଼ିଶା ତଥା ପୂର୍ବ ଭାରତର ସ୍ୱାସ୍ଥ୍ୟସେବାକୁ ପ୍ରାଧାନ୍ୟ ଦେଇ ଏହି ପଦକ୍ଷେପ ନେଇଥିବାରୁ ଶ୍ରୀ ପ୍ରଧାନ ଖୁସିବ୍ୟକ୍ତ କରିଛନ୍ତି । ଏହି ହସ୍ପିଟାଲ ନିର୍ମାଣ ହେଲେ ଓଡ଼ିଶାବାସୀ ଉପକୃତ ହୋଇପାରିବେ ଓ ଏହି କ୍ଷେତ୍ରରେ ଅଧିକରୁ ଅଧିକ ଗବେଷଣା ହୋଇପାରିବ ବୋଲି ସେ କହିଛନ୍ତି ।

ଏହି ବୈଠକରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଟଟା ମେମୋରିଆଲ ସେଣ୍ଟରର ଅଧିକାରୀ, ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଓ ଆଟୋମିକ ଏନର୍ଜି ବିଭାଗର ବରିଷ୍ଠ ଅଧିକାରୀ ମାନେ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.