ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

କାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

0

ଭୁବନେଶ୍ବର: ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ଆସନ୍ତା କାଲି ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ କାଲି ପ୍ରକାଶ ପାଇବା ସହ କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ ବୋଲି  ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି । ମୂଲ୍ୟାୟନ ଲାଗି ୧୨ହଜାରରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା। ମୂଲ୍ୟାୟନରେ ସ୍ୱଚ୍ଛତା ବଜାୟ ରଖିବା ଲାଗି ପ୍ରତି କେନ୍ଦ୍ରରେ ସିସିଟିଭି ଲାଗିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା। ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ କିଛି ଜଣ ଅନୁପସ୍ଥିତ ରହିଥିବା ଜଣା ପଡିଥିଲା

Leave A Reply

Your email address will not be published.