ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ପ୍ରକାଶ ପାଇଲା ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ

0

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ବିଜ୍ଞାନରେ ୯୪ ପ୍ରତିଶତ ଓ ବାଣିଜ୍ୟରେ ୮୯ ପ୍ରତିଶତ ରେଜଲ୍‌ଟ ହୋଇଛି। ପରୀକ୍ଷାଫଳ WWW.orissaresults.nic.in ଓ SAMS e space  ୱେବସାଇଟ୍‌ରେ ଉପଲବ୍ଧ ହେଉଛି।

ଚଳିତ ବର୍ଷ ରାଜ୍ୟର ୧୧ଶହ ୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୩ ଲକ୍ଷ ୨୧ ହଜାର ୫୦୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରେ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଥିବାବେଳେ ବିଜ୍ଞାନରେ ୭୮ ହଜାର ୭୩, ବାଣିଜ୍ୟରେ ୨୪ ହଜାର ୧୩୬ ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ଅଛନ୍ତି। ଚଳିତ ବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇ ପ୍ରକାର ପଦ୍ଧତି ଆପଣାଯାଇଥିଲା। ଯେଉଁଥିରେ ପିଲାମାନଙ୍କ ମାର୍କ ଅଧିକ ହେବ, ତାକୁ ସଂପୃକ୍ତ ବିଷୟର ଚୁଡାନ୍ତ ମାର୍କ ଭାବେ ବିଚାର କରାଯାଇଛି। ମହାମାରୀ ପାଇଁ ଲଗାତର ୨ବର୍ଷ ଧରି ଅନଲାଇନ ପରୀକ୍ଷା ପରେ ଏଥର ଅଫଲାଇନ ପରୀକ୍ଷା ଦେଇଥିଲେ ଛାତ୍ରୀଛାତ୍ରୀ।

Leave A Reply

Your email address will not be published.