ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଏବେ ଗୋଲାପୀ ଆସନରେ ବସିବେ ମହିଳା..

0
  • ଭୁବନେଶ୍ୱରରେ ଇ-ବସ ଓ ଇ-ରିକ୍ସା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
  • ପ୍ରଥମ ପର୍ଯ୍ୟାୟରେ ୧୦ଟି ଇ -ବସ ଓ ୫୦ ଟି ଇ -ରିକ୍ସା ଗଡିଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ଏୟାରପୋର୍ଟ ଛକ ଠାରେ ଇ-ବସ ଓ ଇ-ରିକ୍ସା ଚଳାଚଳର ଶୁଭାରମ୍ଭ କରିଛନ୍ତି। ଗାଡି ଗୁଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଦ୍ବାରା ସହରରେ ବାୟୁ ପ୍ରଦୂଷଣ କମ୍ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ କରାଯାଇଛି।

ପ୍ରଥମ ପର୍ଯ୍ୟାୟରେ ୧୦ଟି ଇ-ବସ ଓ ୫୦ ଟି ଇ-ରିକ୍ସା ଚଳାଚଳ ବ୍ୟବସ୍ଥା ଆରମ୍ଭ ହୋଇଛି। ଆଗାମୀ ଦିନରେ ୫୦ ଟି ଇ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖା ଯାଇଛି।ଲିଙ୍ଗ ସମାନତା ଉପରେ ଗୁରୁତ୍ବ ଦିଆଯାଇ ପ୍ରତ୍ୟେକ ସିଆରୟୁଟି ପକ୍ଷରୁ ଗାଇଡ୍ ଭାବରେ ୫୦ ପ୍ରତିଶତ ମହିଳାଙ୍କୁ ନିଯୁକ୍ତ କରାଯାଇଛି। ଅନ୍ୟାନ୍ୟ କାର୍ଯ୍ୟ ପାଇଁ ମଧ୍ୟ ମହିଳାଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଇଛି । ପ୍ରତ୍ୟେକ ବସରେ ୩୦ ଟି ଆସନ ରହିଥିବା ବେଳେ ମହିଳା ମାନଙ୍କ ପାଇଁ ସଂରକ୍ଷିତ ଆସନ ଗୁଡ଼ିକୁ ଗୋଲାପି ରଙ୍ଗରେ ଚିହ୍ନିତ କରାଯାଇଛି।

ସୂଚନା ଯୋଗ୍ୟ ଯେ ସିଆରୟୁଟି ପକ୍ଷରୁ ବର୍ତ୍ତମାନ ୨୫୫ ଟି ଡିଜେଲ୍ ବସ୍ ଚଳାଚଳ କରୁଛି।

Leave A Reply

Your email address will not be published.