ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ଭାରତ ହାତେଇଲା ଆଉ ଏକ ସ୍ବର୍ଣ୍ଣ

0

ବର୍ମିଂହାମ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତ ହାତେଇଛି ଆଉ ଏକ ସ୍ୱର୍ଣ୍ଣ ପଦକ। ପୁରୁଷ ଟେବୁଲ ଟେନିସ ଟିମ୍‌ ସିଙ୍ଗାପୁରକୁ ହରାଇ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଭାରତର ଏହା ଦ୍ୱିତୀୟ ସ୍ୱର୍ଣ୍ଣ। ଏହା ପୂର୍ବରୁ ଲନ ବଲ ୱମେନ ଫୋରସରେ ଭାରତୀୟ ମହିଳା ଦଳ ଐତିହାସିକ ସ୍ୱର୍ଣ୍ଣ ଜିତିଥିଲା ଫାଇନାଲ୍ ମୁକାବିଲାରେ ଭାରତ ସିଙ୍ଗାପୁରକୁ ୩-୧ରେ ହରାଇ ଏହି ସଫଳତା ପାଇଛି।  ଭାରତପକ୍ଷରୁ ହରମୀତ ଦେଶାଇ ଏବଂ ଜି ସାଥିୟାନ ଡବଲ୍ସ ମ୍ୟାଚ୍ ଜିତି ଭାରତକୁ ଦମଦାର ଆରମ୍ଭ ଦେଇଛନ୍ତି। ଦୁଇ ଖେଳାଳି ନିଜ ନିଜ ମୁକାବିଲା ଜିତି ଭାରତକୁ ସ୍ଵର୍ଣ୍ଣ ପଦକ ଜିତାଇଛନ୍ତି।  

ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାରତ ଏ ପର୍ଯ୍ୟନ୍ତ ୧୨ଟି ପଦକ ଜିତି ସାରିଛି। ଏଥିରେ ପାଞ୍ଚ ସ୍ଵର୍ଣ୍ଣ, ଚାରି ରୌପ୍ୟ ଏବଂ ତିନି କାଂସ୍ୟ ପଦକ ରହିଛି। ଏଥିରୁ ସାତ ପଦକ ଭାରୋତ୍ତୋଳନରୁ ଆସିଛି। ଦୁଇଟି ପଦକ ଜୁଡୋରୁ, ଗୋଟିଏ ଲନ ବଲ୍ସ ଏବଂ ଗୋଟିଏ ପଦକ ଟେବୁଲ ଟେନିସ୍‌ରୁ ଆସିଛି।

Leave A Reply

Your email address will not be published.