ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଆଇଏଏସ୍ ସ୍ତରରେ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ ସଶକ୍ତିକରଣ ସଚିବ ଦାୟିତ୍ବ

0

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଅରବିନ୍ଦ ପାଢ଼ୀ ଓ ଅଶ୍ବଥୀ ଏସ୍‌ଙ୍କୁ ରାଜ୍ୟ ସରକାର ବଡ଼ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପାଢ଼ୀଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ସଚିବ ଭାବେ ନିଯୁକ୍ତି ମିଳିଛି। ଏଥିସହ ତାଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗରେ ଅତିରିକ୍ତ ଦାୟିତ୍ବ ମିଳିଛି। ସେହପରି ଅଶ୍ବଥୀ ଏସ୍‌ଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ସଞ୍ଜିବ ଚୋପ୍ରାଙ୍କୁ କୃଷି ବିଭାଗର ଅତିରିକ୍ତ ଦାୟିତ୍ୱରୁ ମୁକ୍ତ କରାଯାଇଛି ।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ପଦରୁ ହଟାଇ ଦିଆଯାଇଛି । ତାଙ୍କୁ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି ଓ ସେ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରିବେ ।

ସେହିପରି ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜୟ କୁମାର ସିଂଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ସିଂ ଏବେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେ ଅତିରିକ୍ତ ଭାବେ ବିଡିଏ ଉପାଧ୍ୟକ୍ଷ, ଭୁବନେଶ୍ୱର ସ୍ମାର୍ଟ ସିଟି ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ ଜାରି ରଖିବେ ।

Leave A Reply

Your email address will not be published.