ପ୍ରମୁଖ ଖବର

ମହାରାଷ୍ଟ୍ରର ପୁଣେରେ ବିଷାକ୍ତ ମଦ ପିଇ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣଙ୍କର ମୃତ୍ୟୁ
ତେଲେଙ୍ଗାନା ହାଇକୋର୍ଟ ଆଇନଜୀବୀ ହତ୍ୟା ମାମଲାରେ କଂଗ୍ରେସ ନେତାଙ୍କ ସହ ୭ ଗିରଫ
ଆଇପିଏଲ୍ ଫାଇନାଲ୍ ପୂର୍ବରୁ ବେଙ୍ଗାଲୁରୁ ପୋଲିସର କଡ଼ା ନିର୍ଦ୍ଦେଶ
ସୁରଜିତ ନାଥ ମିତ୍ର ପଶ୍ଚିମବଙ୍ଗର ନୂଆ ଆଡଭୋକେଟ୍ ଜେନେରାଲ୍
‘ଅପରେସନ ସିନ୍ଦୂର’ ଉପରେ ସ୍ମାରକ ପୁସ୍ତକ ଉନ୍ମୋଚନ କଲେ ରାଜନାଥ ସିଂହ
ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା, ପବନ ସମ୍ଭାବନା

ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍

0

ପାରାଦୀପ: ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସ୍‌ରେ ଆଜି ସକାଳୁ ପହଁଞ୍ଚିଛି ସିବିଆଇ ଟିମ୍‌ । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଏନେଇ ସିବିଆଇ ତରଫରୁ ଅଫିସିଆଲି କିଛି ଘୋଷଣା ହୋଇ ନ ଥିବା ବେଳେ  ୨୫ ଲକ୍ଷର ଏକ ଲାଞ୍ଚ କାରବାର ଅଭିଯୋଗରେ ଏହି ଚଢାଉ ଚାଲିଥିବା ଜଣାଯାଇଛି।

କଟକ ଓଡ଼ିଆ ବଜାରସ୍ଥିତ ମହିମା ମିଶ୍ରଙ୍କ ଘର ଓ ଲିଙ୍କ ରୋଡସ୍ଥିତ OSL ଅଫିସରେ ୨ଟି ଟିମ୍‌ ଚଢ଼ାଉ କରିଛନ୍ତି। ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ଓଡ଼ିଆ ବଜାରସ୍ଥିତ ଘରେ ମହିମା ମିଶ୍ର ଓ ତାଙ୍କ ୨ ପୁଅ ଥିବା ଜଣାଯାଇଛି। ସେହିପରି ପାରାଦୀପର ୪ଟି ସ୍ଥାନରେ ଚଢାଉ ଚାଲିଛି ।

ପାରାଦୀପ ସିୱେଜ ସିପିଂ କମ୍ପାନୀ ଜିଏମ୍‌ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ମହିମା ମିଶ୍ର ଓ ତାଙ୍କ ସହଯୋଗୀ ବସନ୍ତ ବଳଙ୍କୁ ଥାଇଲାଣ୍ଡ ପୋଲିସ୍‌ ବ୍ୟାଙ୍କକର ଏକ ହୋଟେଲରୁ ୨୦୧୧ ମସିହା ଡିସେମ୍ବର ମାସରେ ଗିରଫ କରିଥିଲା। ଏହାର ୨ ବର୍ଷ ପରେ ତାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିଲା। ଏବେ ପୁଣି ଥରେ କ’ଣ ପାଇଁ ସିବିଆଇ ମହିମା ମିଶ୍ରଙ୍କ ଘରେ ପଶିଛି ତାହା ଉପରେ ସମସ୍ତଙ୍କ ନଜର ।

Leave A Reply

Your email address will not be published.